ETV Bharat / city

Panchayat Poll Violence: ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା, ବିଭିନ୍ନ ରାଜନେତାଙ୍କ ଦୃଢ ନିନ୍ଦା - ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ନିନ୍ଦାକଲେ ଧର୍ମେନ୍ଦ୍ର ପ୍ରଧାନ

ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଆକ୍ରମଣକୁ ଦୃଢ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ସହ ଶାନ୍ତି ଶୃଙ୍ଖଳା ପାଇଁ ଅପିଲ । ଅଧିକ ପଢନ୍ତୁ

ସାମ୍ବାଦିକଙ୍କ ଉପରେ ଆକ୍ରମଣ, ପ୍ରତିକ୍ରିୟା ରଖିଲେ ବିଭିନ୍ନ ରାଜନେତା

author img

By

Published : Feb 20, 2022, 5:02 PM IST

Updated : Feb 20, 2022, 10:39 PM IST

ଭୁବନେଶ୍ବର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକମାନଙ୍କୁ ଆକ୍ରମଣ ଘଟଣାକୁ ରାଜ୍ୟବ୍ୟାପୀ ନିନ୍ଦା । ରାଜନୀତିରୁ ଊର୍ଦ୍ଧ୍ବରୁ ଉଠି ସାମ୍ବାଦିକଙ୍କ ସୁରକ୍ଷା ଲାଗି ଦାବି ଜୋର ଧରିଛି । ଏହାସହ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରାଯାଇଛି । ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ନିନ୍ଦା କରିଛନ୍ତି । ଏହା ପରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ୱିଟ କରି ଘଟଣାକୁ ନିନ୍ଦନୀୟ କହିବା ସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ।

  • ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକ ଭାଇ ମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ନିର୍ବାଚନୀ ପରିଚାଳନା, ଆମର ଗଣତାନ୍ତ୍ରିକ ବ୍ୟବସ୍ଥା ତଥା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

    — Dharmendra Pradhan (@dpradhanbjp) February 20, 2022 " class="align-text-top noRightClick twitterSection" data=" ">

ଟ୍ବିଟ ଯୋଗେ ସାମ୍ବାଦିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୃଢ ନିନ୍ଦା କରିବା ସହ ଶାନ୍ତିଶୃଙ୍ଖଳା ପାଇଁ ନିର୍ବାଚନ କମିଶନ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରଧାନ କରିଛନ୍ତି । ଟ୍ୱିଟ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ । ଯାହା ଦୁଃଖ ଓ ପରିତାପର ବିଷୟ । ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ହିଂସାର ସ୍ଥାନ ନାହିଁ । ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣ ଘଟଣା ନିର୍ବାଚନୀ ପରିଚାଳନା, ଆମର ଗଣତାନ୍ତ୍ରିକ ବ୍ୟବସ୍ଥା ତଥା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

  • ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକମାନଙ୍କୁ ହୋଇଥିବା ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କରୁଛି। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଏପରି କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

    — Pranab Prakash Das (@pranabpdas) February 20, 2022 " class="align-text-top noRightClick twitterSection" data=" ">

ସେହିପରି ପ୍ରଶାସନର ଦାୟିତ୍ୱ ହେଉଛି ଲୋକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା । ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସା ଏବଂ ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣକୁ ଗୁରୁତର ସହ ନେଇ କଠୋର ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୃଢ ଦାବି କରିଛନ୍ତି ।

  • ଗଣତନ୍ତ୍ରରେ ହିଂସା ଗ୍ରହଣୀୟ ନୁହଁ। ସାମ୍ବାଦିକମାନଙ୍କ ଉପରେ ଆକ୍ରମଣକୁ ମୁଁ ନିନ୍ଦା କରୁଛି । ଦୋଷୀ ନିଶ୍ଚୟ ଦଣ୍ଡ ପାଇବ ।

    — Manas Mangaraj (@manasrmangaraj) February 20, 2022 " class="align-text-top noRightClick twitterSection" data=" ">

ଏହା ମଧ୍ୟ ପଢନ୍ତୁ:- ସାମ୍ବାଦିକଙ୍କୁ ମାଡ଼ ପ୍ରସଙ୍ଗ: ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ

ସେପଟେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଟ୍ବିଟ କରି ବିଞ୍ଝାରପୁର ହିଂସାକୁ ନିନ୍ଦା କରିଛନତି । ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ଏପରି କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ କହିଛନ୍ତି ।

  • The attack on journalists and political opponents with the aim of manipulating the poll process is an attack on democracy and civil society. This is @bjd_odisha ’s modus operandi during elections in Odisha. @INCOdisha condemns these violent incidents unequivocally! pic.twitter.com/8cNqQcIe96

    — Niranjan Patnaik (@NPatnaikOdisha) February 20, 2022 " class="align-text-top noRightClick twitterSection" data=" ">

ସେହିପରି ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଏହି ଘଟଣାକୁ ଦୃଢ ନିନ୍ଦା କରିଛନ୍ତି । ଗଣତନ୍ତ୍ରରେ ହିଂସା ଗ୍ରହଣୀୟ ନୁହଁ । ସାମ୍ବାଦିକମାନଙ୍କ ଉପରେ ଆକ୍ରମଣକୁ ନିନ୍ଦା କରୁଛି, ଦୋଷୀ ନିଶ୍ଚୟ ଦଣ୍ଡ ପାଇବ ବୋଲି କହିଛନ୍ତି ମାନସ ମଙ୍ଗରାଜ ।

  • ଗଣତନ୍ତ୍ରରେ ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଗଣତନ୍ତ୍ର ପାଇଁ ବିପଦ। ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ପରାଜୟକୁ ସ୍ୱୀକାର କରି ନପାରି ହିଂସା ପରାୟଣ ହୋଇ ଆକ୍ରମଣ କରିବା ରାଜ୍ୟ ରାଜନୀତି ପାଇଁ ଆଦୌ ଶୁଭଙ୍କର ନୁହେଁ, ଯାହା ରାଜ୍ୟ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଏକ ପ୍ରଶ୍ନବାଚୀ ସୃଷ୍ଟି କରୁଛି।

    — Samir Mohanty (@SamirMohantyBJP) February 20, 2022 " class="align-text-top noRightClick twitterSection" data=" ">

ସେପଟେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।

ସାମ୍ବାଦିକଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସମସ୍ତ ବରିଷ୍ଠ ନେତା ଦୃଢ଼ ନିନ୍ଦା କରିବା ସହ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ବୋଲି ସେମାନେ କହିଛନ୍ତି । ଏପରି କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Feb 20, 2022, 10:39 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.