ଭୁବନେଶ୍ବର: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି ପାଇକ ସଂଗଠନ। ଆଜି(ବୁଧବାର) ଢ଼େଙ୍କାନାଳକୁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦିନ ୯ ଟାରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବାହାରି ୧୧ ଟା ସୁଦ୍ଧା ସପ୍ତଶଯ୍ୟାରେ ପହଞ୍ଚିବେ ।
ସେଠାରେ କେନ୍ଦ୍ର ସରକାରଙ୍କ ଦ୍ଵାରା ବିଭିନ୍ନ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସରକାରୀ ସହାୟତା ସମ୍ପର୍କରେ ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ବନମାଳି ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ଓ ବରପଦା ଠାରେ ଥିବା ସରକାରୀ ଆଇଆଇଟି କଲେଜକୁ ଯାଇ ସେଠାରେ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିବେ । ଶେଷରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଯୋଗ ଦେଇ କାର୍ଯ୍ୟକର୍ତ୍ତା ମାନଙ୍କ ସହ ଦଳୀୟ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିବେ । ତେବେ ଆସନ୍ତାକାଲି(ଗୁରୁବାର) ପରଜଙ୍ଗ ଗସ୍ତ କରି ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ