ETV Bharat / city

ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି - train

ଭୁବନେଶ୍ବରରୁ ଜଗଦଲପୁର ଓ ଜୁନାଗଡ଼କୁ ପୃଥକ ପୃଥକ ଟ୍ରେନ ଚଳାଚଳ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଡିଜାଇନ ଫଟୋ
author img

By

Published : Jul 19, 2019, 7:43 PM IST

ଭୁବନେଶ୍ବର: ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ବରରୁ ଜଗଦଲପୁର ଓ ଜୁନାଗଡ଼କୁ 2ଟି ପୃଥକ ପୃଥକ ଟ୍ରେନ୍ ଚଳାଚଳ ପାଇଁ କରିଛନ୍ତି ଅନୁରୋଧ । ଏହି ଦୁଇଟି ଟ୍ରେନ ଚଳାଚଳ ଲାଗି କଳାହାଣ୍ଡି ଜିଲ୍ଲାର ଲୋକେ ଦୀର୍ଘ ଦିନରୁ ଦାବି କରି ଆସୁଥିଲେ । ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ଚିଠି ଲେଖିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି ଯେ ବର୍ତ୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନ୍ରୁ ୧୦ଟି ବଗି ରାୟଗଡା ଷ୍ଟେସନରେ ଅଲଗା ହୋଇ ଜୁନାଗଡ ଅଭିମୁଖେ ଯାଉଛି । ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି । ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡରୁ ଆସୁଥିବା ଭିନ୍ନ ଭିନ୍ନ ଟ୍ରେନ୍ ରାୟଗଡା ଷ୍ଟେସନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛନ୍ତି ।

ସେ ଆହୁରି କହିଛନ୍ତି , ଉପରୋକ୍ତ ବ୍ୟବସ୍ଥା ବିଶେଷ ଭାବରେ କଳାହାଣ୍ଡି ଟ୍ରେନ୍ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି । ତେଣୁ ଉପରୋକ୍ତ ପ୍ରସ୍ତାବ ସ୍ୱୀକୃତ ହେଲେ ଭୁବନେଶ୍ୱର ଓ କଳାହାଣ୍ଡି ଲୋକେ ଅଧିକ ଯାତ୍ରା କରିବେ ।

ଭୁବନେଶ୍ୱରରୁ ତପନ ଦାସ, ଇଟିଭି ଭାରତ

Intro:ଭୁବନେଶ୍ୱରରୁ ଜଗଦଲପୁର ଏବଂ ଭୁବନେଶ୍ୱରରୁ ଜୁନାଗଡକୁ ଦୁଇଟି ପୃଥକ ପୃଥକ ଟ୍ରେନ୍ ଚଳାଚଳ କରିବା ଲାଗି ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଦୁଇଟି ଟ୍ରେନ୍ ଚଳାଚଳ ଲାଗି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ଜୁନାଗଡ ଅଂଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ସେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।

Body:କେନ୍ଦ୍ରମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି ଯେ ବର୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନ୍ରୁ ୧୦ଟି ବଗି ରାୟଗଡା ଷ୍ଟେସନରେ ଅଲଗା ହୋଇ ଜୁନାଗଡ ଅଭିମୁଖେ ଯାଉଛି । ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି । ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡରୁ ଆସୁଥିବା ଭିନ୍ନ ଭିନ୍ନ ଟ୍ରେନ୍ ରାୟଗଡା ଷ୍ଟେସନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି ।

Conclusion:ସେ ଆହୁରି କହିଛନ୍ତି ଯେ ଉପରୋକ୍ତ ବ୍ୟବସ୍ଥା ବିଶେଷ ଭାବରେ କଳାହାଣ୍ଡି ଟ୍ରେନ୍ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି । ତେଣୁ ଉପରୋକ୍ତ ପ୍ରସ୍ତାବ ସ୍ୱୀକୃତ ହେଲେ ରାଜଧାନୀ ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଯାତାୟତ ଲାଗି ଯାତ୍ରୀଙ୍କ ଆଗ୍ରହ ଅଧିକ ଥିବାରୁ ଟ୍ରେନରେ ଯାତ୍ରୀ ଭିଡ ଅଧିକ ରହିବ ଏବଂ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ ।
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.