ETV Bharat / city

ଓଡିଶାରୁ ପୁଣି ଶ୍ରମିକ ସ୍ପେଶାଲ ଟ୍ରେନ ଚାଲୁ ଦାବି, ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

author img

By

Published : Sep 8, 2020, 10:28 AM IST

ଓଡିଶାରୁ ଗୁଜୁରାଟ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ଭଳି ରାଜ୍ୟକୁ ଶ୍ରମିକ ସ୍ପେଶାଲ ଟ୍ରେନ ଚାଲୁ କରିବାକୁ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ରେଳମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ବର: ଓଡିଶାରୁ ପୁଣି ଥରେ ଗୁଜୁରାଟ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ଭଳି ରାଜ୍ୟକୁ ଶ୍ରମିକ ସ୍ପେଶାଲ ଟ୍ରେନ ଚାଲୁ କରିବାକୁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଦେଶ ଅର୍ଥନୀତିର ପୁନରୁଦ୍ଧାର ତଥା ପ୍ରବାସୀ ଓଡିଆ ଲୋକଙ୍କ ଜୀବନଜୀବିକାକୁ ଦୃଷ୍ଟିରେ ରଖି ସେ ଏହି ଚିଠି ଲେଖିଛନ୍ତି । ଗଞ୍ଜାମ ଜିଲ୍ଲାରେ ବାସ କରୁଥିବା ଅନେକ ପ୍ରବାସୀ ଓଡିଆମାନେ ଗୁଜୁରାଟ ଏବଂ ଅନ୍ୟ ରାଜ୍ୟକୁ ରେଳ ସେବା ଚାଲୁ କରିବା ପାଇଁ ତାଙ୍କୁ ଅନୁରୋଧ କରିଥିବାରୁ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ କେନ୍ଦ୍ରମନ୍ତ୍ରୀ ଚିଠି ଲେଖିଥିବା ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଜୀବନଜୀବିକା ପାଇଁ ସୁଯୋଗର ଅଭାବ ଥିବା ଏବଂ ପୁଣି କାର୍ଯ୍ୟକ୍ଷେତ୍ରରେ ଯୋଗଦେବା ପାଇଁ ଯିବାରେ ଅସୁବିଧା ହେଉଥିବା ଶ୍ରମିକମାନେ ଦର୍ଶାଇଛନ୍ତି । ଯାହାକୁ ଦୃଷ୍ଟିରେ ରଖି ସ୍ପେଶାଲ ଟ୍ରେନ ଚଲାଇବାକୁ କେନ୍ଦ୍ରମନ୍ତ୍ରୀ ଚିଠି ଲେଖିଛନ୍ତି ।

ଦେଶବ୍ୟାପୀ ଲକଡାଉନ ସମୟରେ ଗୁଜୁରାଟ, କର୍ଣ୍ଣାଟକ ଓ ମହାରାଷ୍ଟ୍ର ଭଳି ରାଜ୍ୟରୁ ପ୍ରବାସୀମାନେ ଓଡିଶାକୁ ପ୍ରତ୍ୟାବର୍ତ୍ତନ କରିଥିଲେ ଏବଂ ରେଳ ମନ୍ତ୍ରଣାଳୟର ସହଯୋଗ ଓ ଉଦ୍ୟମ କାରଣରୁ ଦେଶର କୋଣ ଅନୁକୋଣରୁ ହଜାର ହଜାର ‘ଶ୍ରମିକ ସ୍ପେଶାଲ୍ ଟ୍ରେନ୍‌’ ମାଧ୍ୟମରେ ଘରକୁ ଫେରିପାରିଥିଲେ । ଏହି ଉଦ୍ୟମକୁ ସର୍ବତ୍ର ପ୍ରଶଂସା କରାଯାଇଥିଲା । ତେବେ ଲକଡାଉନ ପ୍ରତ୍ୟାହାର ହୋଇଥିବାବେଳେ ବାହାରେ କାମ କରୁଥିବା ଲୋକଙ୍କ ପାଇଁ ପୁନର୍ବାର ରେଳସେବା ଆରମ୍ଭ ହେବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ।

ଏହାସହ ଏହି ଲୋକମାନଙ୍କ ପାଇଁ ଓଡିଶାରୁ ବସ ସେବା ଯୋଗାଇବାକୁ କିଛି ସଂସ୍ଥା ଇଚ୍ଛା ପ୍ରକାଶ କରିଥିବାବେଳେ ମୌସୁମୀ ପରିସ୍ଥିତିରେ ସଡକ ପଥ ନିରାପଦ ନୁହେଁ ବୋଲି ସେ ଦର୍ଶାଇଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ସ୍ପେଶାଲ ଟ୍ରେନ ଚଳାଇବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.