ETV Bharat / city

ଆଜି NIT ରାଉରକେଲାର ସମାବର୍ତ୍ତନ ସମାରୋହରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର - କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଉରକେଲା ଗସ୍ତ

ଆଜି ଏନଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ସୁନ୍ଦରଗଡ଼ରେ ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବା ପରେ ସନ୍ଧ୍ୟାରେ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଅଧିକ ପଢନ୍ତୁ

ଆଜି ଏନଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

author img

By

Published : Aug 13, 2022, 7:43 AM IST

ଭୁବନେଶ୍ବର: ତିନିଦିନିଆ ଓଡ଼ିଶା ଗସ୍ତ ଆସିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଏନଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହରେ ଯୋଗଦେବେ ଧର୍ମେନ୍ଦ୍ର । ଏନେଇ ଶୁକ୍ରବାର ବିଳମ୍ବିତ ରାତିରେ ଟ୍ରେନ୍ ଯୋଗେ ଭୁବନେଶ୍ବରର ରେଳ ଷ୍ଟେସନରୁ ରାଉରକେଲା ଯାତ୍ରା କରିଛନ୍ତି । ରାଉରକେଲା ରେଳ ଷ୍ଟେସନରେ କେନ୍ଦ୍ରମନ୍ତ୍ରୀ ପ୍ରଥମେ ଭାରତ ସରକାରଙ୍କ ତରଫରୁ ଆୟୋଜିତ ହର୍ ଘର୍ ତ୍ରିରଙ୍ଗା ଏବଂ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀର ଲୋକାର୍ପଣ କରିବେ ।

ପରେ ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ । ଏନଆଇଟି ରାଉରକେଲାରୁ ବାହାରିବା ପରେ ବିର୍ସା ମୁଣ୍ଡା ଛକରେ ଦଳ ପକ୍ଷରୁ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ । ଅପରାହ୍ନରେ ଚାମ୍ବର ଭବନରେ ରାଉରକେଲା ଚାମ୍ବର ଅଫ୍ କମର୍ସ ଦ୍ବାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଯିବେ । ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ସୁନ୍ଦରଗଡ଼ରେ ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବା ପରେ ସନ୍ଧ୍ୟାରେ ମା’ ସମଲେଶ୍ବରୀଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତା ୧୪ ତାରିଖରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଭୁବନେଶ୍ବର ରେଳ ଷ୍ଟେସନରେ ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀର ଉଦଘାଟନ କରିବେ । ସନ୍ଧ୍ୟାରେ ଭୁବନେଶ୍ବରରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ଅବସରରେ ନୀରବ ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.