ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷା ଆହୁରି 24 ଘଣ୍ଟା ଲାଗି ରହିବ । ଲଘୁଚାପ ସକ୍ରିୟ ଥିବାରୁ ଉତ୍ତର ଓଡିଶାରେ ବର୍ଷା ଲାଗି ରହିବ । ଏହାସହ ପଶ୍ଚିମ ଓଡିଶାର ସୋନପୁର, ସମ୍ବଲପୁର, ଝାରସୁଗୁଡା ଓ ବରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
ସେହିପରି ୬ ଟି ଜିଲ୍ଲା ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଉଛି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କଟକ ଏବଂ ମୟୂରଭଞ୍ଜ । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ