ETV Bharat / city

ଶେ​‌ଷ ପର୍ଯ୍ୟାୟରେ ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ

author img

By

Published : Sep 30, 2022, 2:40 PM IST

ଡ଼ିସେମ୍ବର ସୁଦ୍ଧା ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ କାର୍ଯ୍ଯ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଅଧିକ ପଢନ୍ତୁ

ଶେ​‌ଷ ପର୍ଯ୍ୟାୟରେ ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ, ଡ଼ିସେମ୍ବର ସୁଦ୍ଧା କାର୍ଯ୍ଯ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଷଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଜାରୀ ରହିଛି । ଏ ନେଇ ଆରମ୍ଭ ହୋଇଥିବା ପ୍ରକଳ୍ପର କାର୍ଯ୍ୟ ଶେ‌ଷ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡିଛି । ପ୍ରକଳ୍ପ ଅନ୍ତର୍ଗତ ବିଭିନ୍ନ କାମର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଚଳିତ ବର୍ଷ ଡ଼ିସେମ୍ବର ୩୦ ସୁଦ୍ଧା ସମସ୍ତ ନିର୍ମାଣ କାମ ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି ।

ସଂଗ୍ରହାଳୟରେ ଗୋପବନ୍ଧୁଙ୍କ ରଚିତ ପୁସ୍ତକ, ତାଙ୍କର କର୍ମମୟ ଜୀବନ, ସମର୍ପିତ ସେବା, ବନ ବିଦ୍ୟାଳୟରେ ଶିକ୍ଷାଦାନ, ସ୍ୱାଧିନତା ଆଲୋଚନାରେ ସକ୍ରିୟ ଭୂମିକା ଏବଂ ତତ୍‌କାଳୀନ ସମୟ ସମ୍ବନ୍ଧିତ ସ୍ମାରକୀମାନ ସ୍ଥାନିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଗୋପବନ୍ଧୁଙ୍କ ଷଠୀଘର ଥିବା ପୈତୃକ ଗୃହର ସଂରକ୍ଷଣ କାର୍ଯ୍ୟ ସଠିକ୍‌ ଭାବେ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଜନ୍ମପୀଠ ଓ ସଂଗ୍ରହାଳୟକୁ ଏକ ଆକର୍ଶଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପର୍ଯ୍ୟଟକ ସୁବିଧା କେନ୍ଦ୍ର, ସୂଚନା କେନ୍ଦ୍ର, ଜାତୀୟ ରାଜପଥ ନିକଟରେ ସଦୃଶ୍ୟ ହୋଡିଂ ଆଦି ଲଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜନ୍ମପୀଠ ସହ କରାଯାଉଥିବା ବିଭିନ୍ନ ସୁବିଧାର ଉତ୍ତମ ରକ୍ଷଣାବେକ୍ଷଣ ଓ ପରିଚାଳନା କାର୍ଯ୍ୟରେ ସ୍ଥାନୀୟ ଲୋକ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୁଆଣ୍ଡୋ ଗ୍ରାମ ନିକଟସ୍ଥ ଭାର୍ଗବୀ ନଦୀରେ ନଦୀ-ସମ୍ମୁଖ ବିକାଶ ସହ ଭାସମାନ ଜେଟ୍ଟି ଏବଂ ନୌବିହାର ସୁବିଧା କରାଇବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହା ଅଧିକ ସଂଖ୍ୟକ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବ । ସ୍ଥାନୀୟ କିଛି ଲୋକଙ୍କ ପାଇଁ ଆଉ ଏକ ଜିବୀକା ନିର୍ବାହ ପନ୍ଥା ସୃଷ୍ଟି କରିବ ।
ଏହା ମଧ୍ୟ ପଢନ୍ତୁ-ଆଜି ରାଜ୍ୟ କ୍ୟାବିନେଟ: ଉଚ୍ଛେଦ ହୋଇପାରେ ଠିକା ନିଯୁକ୍ତି ବ୍ୟବସ୍ଥା !
ପ୍ରକଳ୍ପର ସଦ୍ୟତନ ସ୍ଥିତି ଉପସ୍ଥାପନ କରିଛନ୍ତି ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୁଦନ ପାଢ଼ୀ । ସେ ଜଣାଇଛନ୍ତି ଯେ, ''ବର୍ତ୍ତମାନ ସୁଦ୍ଧା ଉତ୍କଳମଣୀଙ୍କ ଷଠୀଘର ଥିବା ପୈତୃକ ଗୃହର ସଂରକ୍ଷଣ ଏବଂ ସଂଗ୍ରହାଳୟ ନିର୍ମାଣ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଘର ପାଖରେ ଥିବା ପୁଷ୍କରଣୀର ବିକାଶ ମଧ୍ୟ କରାଯାଇଛି । ଶିବ ମନ୍ଦିର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହୋଇଛି । ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ର, ଫୁଡ୍‌ କୋର୍ଟ ଏବଂ ସୂଚନା କେନ୍ଦ୍ରର କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ପୈତୃକ ବାସସ୍ଥାନରେ ସ୍ଥାପନ କରାଯିବାକୁ ଥିବା ୧୫ ଫୁଟର ସୁନ୍ଦର ପ୍ରତିମୂର୍ତ୍ତି ଏବଂ ଏହାର ପ୍ଲାଟ୍‌ଫର୍ମ କାର୍ଯ୍ୟ ଆଗେଇ ଚାଲିଛି । ବର୍ତ୍ତମାନ ସୁଆଣ୍ଡୋ ଗ୍ରାମ ରାସ୍ତାର ବିକାଶ ଏବଂ ଗ୍ରାମରେ ଭୂତଳ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା କାର୍ଯ୍ୟ ଚାଲୁ ରହିଛି ।'' ସେ ଆହୁରି ମଧ୍ୟ କହିଛନ୍ତି ଯେ, ''ମୋଟ ପ୍ରକଳ୍ପରେ ପ୍ରାୟ ୨୫.୨୫ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଏଥିପାଇଁ ଓଡ଼ିଶା ଖଣି ନିଗମ ଆର୍ଥିକ ସହାୟତା ଯୋଗାଉଛି । ଇତି ମଧ୍ୟରେ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୋପବନ୍ଧୁ ସ୍ମାରକୀ ଟ୍ରଷ୍ଟ ଗଠନ କରାଯାଇଛି ।

ଚଳିତ ବର୍ଷ ଡ଼ିସେମ୍ବର ଶେଷସୁଦ୍ଧା ପ୍ରକଳ୍ପ ଅନ୍ତର୍ଗତ ସମସ୍ତ କାମ ପୂର୍ଣ୍ଣାଙ୍ଗ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ପୀଠର ପରିଚ୍ଛନତା, ପରିଚାଳନା ଓ ରକ୍ଷଣାବେକ୍ଷଣ ସମ୍ବନ୍ଧିତ ବିଷୟ ବୈଠକରେ ସବିଶେଷ ଆଲୋଚନା ହୋଇଛି । ୫ ବର୍ଷ ପାଇଁ ରକ୍ଷଣାବେକ୍ଷଣ ପାଇଁ ଓଡ଼ିଶା ଖଣି ନିଗମ ଆର୍ଥିକ ସହାୟତା ଦେବେ ବୋଲି ବୈଠକରେ ସ୍ଥିର ହୋଇଛି ।''

ବୈଠକରେ ଇସ୍ପାତ୍‌ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ପୁର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଂଜନ ଦାସଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଭିଡିଓ କନ୍‌ଫେରେନ୍‌ସିଂ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ବାବଦରେ ଅବଗତ କରାଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.