ETV Bharat / city

ମାର୍ଚ୍ଚ ସୁଦ୍ଧା ଭାଷା-ସଂସ୍କୃତି ପର୍ଯ୍ୟଟନ କେନ୍ଦ୍ର ହେବ ଉତ୍କଳମଣିଙ୍କ ଜନ୍ମପୀଠ

author img

By

Published : Nov 3, 2021, 9:24 PM IST

ଆସନ୍ତା ମାର୍ଚ୍ଚ ସୁଦ୍ଧା ନୂଆ ରୂପ ପାଇବ ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋ । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ । ଅଧିକ ପଢନ୍ତୁ...

ମାର୍ଚ୍ଚ ସୁଦ୍ଧା ଭାଷା-ସଂସ୍କୃତି ପର୍ଯ୍ୟଟନ କେନ୍ଦ୍ର ହେବ ଉତ୍କଳମଣୀଙ୍କ ଜନ୍ମପୀଠ

ଭୁବନେଶ୍ବର: ଭାଷା-ସଂସ୍କୃତି ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ ହେଉଛି ସୁଆଣ୍ଡୋ, ସତ୍ୟବାଦୀ ଏବଂ ସାକ୍ଷୀଗୋପାଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ ତ୍ୱରାନ୍ୱିତ ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ପ୍ରକଳ୍ପର ସାମଗ୍ରୀକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ଲୋକସେବା ଭବନରୁ ଡ଼ିଜିଟାଲ୍ ମୋଡରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଆ ଭାଷା ସଂସ୍କୃତି ଓ ସାହିତ୍ୟ ବିଭାଗ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ, ସୁଆଣ୍ଡୋ ଗ୍ରାମ ଏବଂ ଗୋପବନ୍ଧୁଙ୍କ ଜନ୍ମପୀଠର ସାମଗ୍ରିକ ବିକାଶ ପ୍ରକଳ୍ପ ସମ୍ୱନ୍ଧିତ ସଦ୍ୟତମ ତଥ୍ୟ ଉପସ୍ଥାପନ କରିଛନ୍ତି । ପ୍ରାୟ ୧୫.୧୬ କୋଟି ଟଙ୍କାର ବ୍ୟୟ ଅଟକଳରେ ଚାଲିଥିବା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୨୦୨୨ ମାର୍ଚ୍ଚ ମାସ ମଧ୍ୟରେ ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ଗୋପବନ୍ଧୁଙ୍କ ଜନ୍ମପୀଠରେ ଥିବା ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମକୁ ରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ପାର୍କ ଆଦିର ବିକାଶ ସହ ସେଠାରେ ଗୋପବନ୍ଧୁ ସ୍ମୃତି ସଂଗ୍ରାହଳୟ, ସୂଚନା କେନ୍ଦ୍ର ଏବଂ ଆତିଥ୍ୟ କେନ୍ଦ୍ର ମଧ୍ୟ ନିର୍ମାଣ କରାଯାଉଛି । ଇତି ମଧ୍ୟରେ ଶିବ ମନ୍ଦିରର ମୂଳଦୁଆ ସଂରକ୍ଷଣ ପିଷ୍ଟର ବିକାଶ, ଦଧିନଉତି, ମନ୍ଦିର ପରିକ୍ରମା ରାସ୍ତା ଆଦି କାର୍ଯ୍ୟ ବିଶେଷ ଭାବେ ଅଗ୍ରଗତି କରିଛି । ପ୍ରଥମ ପୋଖରୀର ପୁନଃଖନନ, ଉଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପ୍ରାୟ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ସଂଗ୍ରହାଳୟର ନିର୍ମାଣ ମଧ୍ୟ ସରିଛି । ସେହିପରି ବିଦ୍ୟୁତକରଣ କାର୍ଯ୍ୟ ଓ ଆତିଥ୍ୟ କେନ୍ଦ୍ରର ବିଭିନ୍ନ ବିଭାଗ କାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ଦ୍ୱିତୀୟ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ଚଳିତ ମାସ ମଧ୍ୟରେ ଆରମ୍ଭ ହେବ ।ଗୋପବନ୍ଧୁ ଦାସଙ୍କର ପ୍ରାୟ ୧୫ଫୁଟ ଉଚ୍ଚତା ବିଶିଷ୍ଟ ପ୍ରତିମୁର୍ତ୍ତି, ପୈତୃକ ଗୃହର ପୁନଃ- ବିକାଶ ଆଦି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ପୁରୀ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ପୁନଃରୁଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକୀୟ ପଥର ଯୋଗାଣ ପାଇଁ ଓଡ଼ିଶା ଖଣି ନିଗମଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଭିତ୍ତିଭୂମି ବିକାଶ କାର୍ଯ୍ୟର ସମୀକ୍ଷା ହୋଇଛି । ଇତି ମଧ୍ୟରେ ବିଶ୍ୱବିଦ୍ୟାଳୟ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି ବୋଲି ବିଭାଗୀୟ ସଚିବ ସୂଚନା ଦେଇଛନ୍ତି ।

ବିଶ୍ୱବିଦ୍ୟାଳୟ ନିର୍ମାଣ ନିମନ୍ତେ ସମୁଦାୟ ୬୧.୬୩ କୋଟି ଟଙ୍କାର ବ୍ୟୟ ଅଟକଳକୁ ପ୍ରଶାସନିକ ଅନୁମୋଦନ ଦିଆଯାଇଛି । ସେହିପରି ସାକ୍ଷୀଗୋପାଳ ମନ୍ଦିରର ଆବଶ୍ୟକୀୟ ମରାମତି ଏବଂ ସୌନ୍ଦର୍ଯ୍ୟକରଣ କାମ ତ୍ୱରାନ୍ୱିତ କରିବା ଉପରେ ମଧ୍ୟ ଗୁରୁତ୍ବ ପ୍ରକାଶ ପାଇଛି । ସୁଆଣ୍ଡୋ, ସତ୍ୟବାଦୀ, ଓଡ଼ିଆ ବିଶ୍ୱବିଦ୍ୟାଳୟ ଏବଂ ସାକ୍ଷୀଗୋପାଳକୁ ଓଡ଼ିଆ ଭାଷା-ସଂସ୍କୃତିର ଏକ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ, ଉଚ୍ଚ ଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଶାସ୍ୱତ ମିଶ୍ର, ପୁର୍ତ୍ତ ବିଭାଗ ସଚିବ କ୍ରିଷ୍ଣନ କୁମାର, ଓଡ଼ିଆ ବିଶ୍ୱ ବିଦ୍ୟାଳୟ ସ୍ୱତନ୍ତ୍ର ଅଧିକାରୀ ବିଜୟ କୁମାର ନାୟକଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.