ETV Bharat / city

ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ବିଷ୍ଣୁପଦ ସେଠୀ - ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ

ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟବାସୀଙ୍କୁ କୋରୋନା ନେଇ ସଚେତନ କରିବା ଲାଗି ସୂଚନା ଓ ଲୋକସମ୍ପର୍କ ବିଭାଗକୁ ଗୁରୁଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ ..

ବିଷ୍ଣୁପଦ ସେଠୀ
ବିଷ୍ଣୁପଦ ସେଠୀ
author img

By

Published : May 13, 2021, 6:40 PM IST

Updated : May 13, 2021, 8:05 PM IST

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । କୋଭିଡ ପରି ଘଡିସନ୍ଧି ମୁହୂର୍ତ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ବିଷ୍ଣୁପଦ ଦାଇତ୍ୱ ବେଶ ଗୁରୁତ୍ୱ ବହନ କରୁଛି । ରାଜ୍ୟବାସୀଙ୍କୁ କୋରୋନା ନେଇ ସଚେତନ କରିବା ଲାଗି ସୂଚନା ଓ ଲୋକସମ୍ପର୍କ ବିଭାଗକୁ ଗୁରୁଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯଥା ସମ୍ଭବ ଲୋକଙ୍କୁ ସଚେତନ କରିବା ସହ ରାଜ୍ୟବାସୀଙ୍କ ପାଖରେ ସଠିକ ତଥ୍ୟ ପହଁଚାଇବା ଲାଗି ପ୍ରୟାସ କରିବେ ବୋଲି କହିଛନ୍ତି ବିଷ୍ଣୁପଦ ।

ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ବିଷ୍ଣୁପଦ ସେଠୀ

ନୂତନ ପ୍ରମୁଖ ଶାସନ ସଚିବଙ୍କ ଦାୟିତ୍ଵ ଗ୍ରହଣ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ବିଭାଗର କାର୍ଯ୍ୟଧାରା ତଥା ମହାମାରୀ କୋରୋନା ପରିପ୍ରେକ୍ଷୀରେ ବିଭାଗ ତରଫରୁ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲେ ।

ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ଡିଜିଟାଲ୍ ଅର୍କାଇଭ୍ ସମ୍ପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଜଣାଇଥିଲେ । ପ୍ରମୁଖ ଶାସନ ସଚିବଙ୍କ କାର୍ଯ୍ୟଭାର ଗ୍ରହଣ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ସୁରେନ୍ଦ୍ର ପରିଡ଼ା ଏବଂ ବହୁ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସମ୍ପର୍କ ବିଭାଗର ଦାୟିତ୍ବ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମଧ୍ୟ ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟରତ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ ଓ ତପନ କୁମାର ଦାସ, ଇଟିଭି ଭାରତ

Last Updated : May 13, 2021, 8:05 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.