ETV Bharat / city

ନଭେମ୍ବର 1 ରୁ ସଂଶୋଧନ, ଜାନୁଆରୀ 6 ରେ ଚୂଡାନ୍ତ ଭୋଟର ତାଲିକା

author img

By

Published : Oct 30, 2021, 3:13 PM IST

Updated : Oct 30, 2021, 4:21 PM IST

ନଭେମ୍ବର 1 ରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ଜାନୁଆରୀ 6 ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ଏହି ବ୍ୟବସ୍ଥା ଚଳିତ ଥର ଅନଲାଇନ ବ୍ୟବସ୍ଥା ମାଧ୍ୟମରେ କରାଯିବ । ସ୍ୱତନ୍ତ୍ର ଆପ ମାଧ୍ୟମରେ ଏହି ସଂଶୋଧନ ପ୍ରକ୍ରିୟା ଲୋକମାନେ କରିପାରିବେ । ଅଧିକ ପଢନ୍ତୁ...

Voter list verification started from november 1
ନଭେମ୍ବର 1 ରୁ ସଂଶୋଧନ; ଜାନୁଆରୀ 6 ରେ ଚୂଡାନ୍ତ ଭୋଟର ତାଲିକା

ଭୁବନେଶ୍ବର: ରାଜ୍ୟରେ ନଭେମ୍ବର 1 ରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ସେହିପରି ଜାନୁଆରୀ 6 ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ଏ ନେଇ ଶନିବାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ କୁମାର ଲୋହାନୀ ।

ରାଜ୍ୟରେ ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । 2022 ଜାନୁଆରୀ ସୁଦ୍ଧା 18 ବର୍ଷ ହେଉଥିବା ବ୍ୟକ୍ତି ମାନେ ଏଥିରେ ସାମିଲ ହୋଇ ପାରିବେ । ଏହା ସହ ଯୋଗ୍ୟ ଭୋଟର ହୋଇଥିବେ ତାଙ୍କର ଭୋଟର ଲିଷ୍ଟରେ ନାଁ ନଥିବ କିମ୍ବା ଯେଉଁମାନେ ଭୋଟର ଲିଷ୍ଟରୁ ନାଁ କାଟିବାକୁ ଚାହୁଁଥିବେ କିମ୍ବା ତ୍ରୁଟି ସଂଶୋଧନ କରିପାରିବେ । ଏହି ବ୍ୟବସ୍ଥା ଚଳିତ ଥର ଅନଲାଇନ ବ୍ୟବସ୍ଥା ମାଧ୍ୟମରେ କରାଯିବ । ପୂର୍ବରୁ ଏହା ଅଫଲାଇନରେ କରାଯାଉଥିଲା । ଏକ ସ୍ବତନ୍ତ୍ର ଆପ ମାଧ୍ୟମରେ ଏହି ସଂଶୋଧନ ପ୍ରକ୍ରିୟା ଲୋକମାନେ କରିପାରିବେ । ଏଥିପାଇଁ ନିର୍ଦ୍ଦିଷ୍ଟ କିଛି ପ୍ରମାଣ ପତ୍ର ଲୋକମାନଙ୍କୁ ଦେବାକୁ ହେବ । ଏହା ପରେ ସରକାରୀ ଅଧିକାରୀମାନେ ଘରକୁ ଯାଇ ଆପଣକୁ କାର୍ଡ ଯୋଗାଇ ଦେବେ କିମ୍ବା ସ୍ପିଡ଼ ପୋଷ୍ଟ ମାଧ୍ୟମରେ ଘରକୁ ପଠାଯିବ ।

ନଭେମ୍ବର 1 ରୁ ସଂଶୋଧନ, ଜାନୁଆରୀ 6 ରେ ଚୂଡାନ୍ତ ଭୋଟର ତାଲିକା

ନଭେମ୍ବର 7 ଓ 21 ତାରିଖ ଅର୍ଥାତ ଏହି ମାସର ଦୁଇ ରବିବାରରେ ପ୍ରଥମ ଓ ତୃତୀୟ ରବିବାର ଦିନ ସରକାରୀ ଅଧିକାରୀ ମାନେ ବୁଥରେ ରହିବେ । ଲୋକମାନେ ସେଠାକୁ ଯାଇ ଭୋଟର ତାଲିକା ସଂଶୋଧନ କରିପାରିବେ । ଉପାନ୍ତ ଅଞ୍ଚଳରେ ସ୍ପେଶାଲ ଆରେଞ୍ଜମେଣ୍ଟ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ନଭେମ୍ବର 1 ରୁ ଆରମ୍ଭ ହେଉଥିବା ପ୍ରକ୍ରିୟା ଏକ ମାସ ଧରି ଚାଲିବ । ଏକ ମାସ ମଧ୍ୟରେ ଲୋକମାନେ ସଂଶୋଧନ ପାଇଁ ଆବେଦନ କରିପାରିବେ । ଏହାର ତର୍ଜମା ପାଇଁ 20 ଦିନ ସମୟ ଲାଗିବ । ଜାନୁଆରୀ 6 ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ଦୁଇଟି ଭୋଟର ଆଇଡ଼ି ଥିବା ଏକ ଲକ୍ଷ ଲୋକଙ୍କୁ ଅଟୋ ମେକାନିଜମ ଦ୍ବାରା ବାଦ ଦିଆଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ,ଇଟିଭି ଭାରତ

Last Updated : Oct 30, 2021, 4:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.