ETV Bharat / city

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଭିଜିବ ସାରା ଓଡିଶା

author img

By

Published : Sep 24, 2019, 11:00 AM IST

Updated : Sep 24, 2019, 12:52 PM IST

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ ।

ଭିଜିବ ସାରା ଓଡିଶା

ଭୁବନେଶ୍ବର: ପୁଣି ରାଜ୍ୟରେ ବର୍ଷା ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ। ସେପଟେ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର , ଭଦ୍ରକ ଏବଂ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ସେହିଭଳି କଟକ, ବାଲେଶ୍ବର, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟା ଭିତରେ ପୁରୀରେ ସର୍ବାଧିକ ୫୪.୬ମିମି , ଭୁବନେଶ୍ବରରେ ୩୮.୦୩ମିମି ବର୍ଷା ରେକର୍ଡ କରାଯାଇଛି । ସେପଟେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀ ମାନଙ୍କ ପାଇଁ କୌଣସି ବାରଣ ନାହିଁ ବୋଲି ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

Intro:ପଣିପାଗ ସୂଚନା।

Body:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ।ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ,ଭଦ୍ରକ ଏବଂ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପଣିପାଗ କେନ୍ଦ୍ର।ସେହିଭଳି କଟକ,ବାଲେଶ୍ୱର, ଜଗତସିଂହପୁର, ଖୋର୍ଦ୍ଧା, ଗଂଜାମ ଜିଲ୍ଲାର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଗତ ୨୪ ଘଣ୍ଟା ଭିତରେ ପୁରୀ ରେ ସର୍ବାଧିକ ୫୪.୬ମିମି ,ଭୁବନେଶ୍ୱରରେ ୩୮.୦୩ମିମି ବର୍ଷା ରେକର୍ଡ କରାଯାଇଛି।ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀ ମାନଙ୍କ ପାଇଁ କୌଣସି ବାରଣ ନାହିଁ ବୋଲି ପାଣିପାଗ କେନ୍ଦ୍ର ରୁ ସୂଚନା ମିଳିଛି।

Conclusion:
Last Updated : Sep 24, 2019, 12:52 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.