ଭୁବନେଶ୍ବର: ବିହାର ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଛି ଉତ୍ତର ଦକ୍ଷିଣ ଟ୍ରଫ ଲାଇନ । ଉତ୍ତର ଓଡିଶା ଏବଂ ଆଖପାଖରେ ଏକ ଘୁର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଜାନୁଆରୀ ୨ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର ଏବଂ ଝାରସୁଗୁଡାରେ ପ୍ରବଳ ବର୍ଷା ହେବ ବୋଲି ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଦୁଇ ତାରିଖରେ ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ ଘଡଘଡି ଓ କୁଆପଥର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ସେହିପରି ୩ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଏବଂ ଅନୁଗୁଳରେ ମଧ୍ୟ ଘଡଘଡି ଓ ବର୍ଷା ହେବର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ କହିଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ