ଭୁବନେଶ୍ବର: ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଉତ୍ତର ତାମିଲନାଡୁ ଓ ପୂର୍ବ ବିଧର୍ଭରେ ଏକ ଘୁର୍ଣ୍ଣିବଳୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୧୮ ତାରିଖରେ ଘଡଘଡି ସହ ବର୍ଷା ହେବ । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ଗଞ୍ଜାମ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି, ଆସନ୍ତା ୧୯ ନୂଆପଡା,ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ,ନୟାଗଡ଼,ଖୋର୍ଦ୍ଧା, କଟକ,କେନ୍ଦ୍ରାପଡା, ଜଗତସିଂହପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବ । ୪୦ ରୁ ୫୦ କିମି ବେଗରେ ପବନ ବହିବା ନେଇ ସୂଚନା ଦିଆଯାଇଛି । ଆସନ୍ତା ୨୦ରେ ଘଡଘଡି ସହ ବର୍ଷା ୧୨ ଟି ଜିଲ୍ଲାରେ ହେବ । ଗତ ୨୪ ଘଣ୍ଟାରେ ସୋନପୁର ଜିଲ୍ଲାରେ ସର୍ବାଧିକ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ