ETV Bharat / city

ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକ ପଢ଼ନ୍ତୁ

author img

By

Published : Aug 20, 2022, 6:49 PM IST

Weather update heavy rainfall alert for some district by bhubaneswar meteorological centre
ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେବାପରେ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (Heavy Rainfall in Odisha) ରେକର୍ଡ ହୋଇଛି । ଗଭୀର ଅବପାତ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ପାଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଅଞ୍ଚଳରେ ଝାରସୁଗୁଡାଠାରୁ ପୂର୍ବ-ଉତ୍ତର ଓ ରାଞ୍ଚିର ପୂର୍ବ-ଦକ୍ଷିଣ ଦିଗରେ ୧୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ।

ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଏହା ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଉତ୍ତର ଛତିଶଗଡ଼ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଏନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର, ନୂଆପଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ।

ସେହିପରି ମୟୂରଭଞ୍ଜ, ଅନୁଗୁଳ, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ କାଲିଠାରୁ ବର୍ଷା କମିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

ଏହି ସମୟରେ ପବନର ବେଗ ୪୦ରୁ ୫୦ ଏବଂ ସର୍ବାଧିକ ୬୦ କିମି ରହିବ । ଆଗାମୀ ୧୨ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, କେନ୍ଦୁଝର, ମୟୂଭଞ୍ଜରେ ୩୦ରୁ ୪୦ କିମି ଏବଂ ସର୍ବାଧିକ ୫୦ ବେଗରେ ପବନ ବହିବାର ଆଶଙ୍କା । ଗଭୀର ଅବପାତ ପ୍ରଭାବରେ ରାଜ୍ୟର ଗତ ୨୪ ଘଣ୍ଟାରେ ବାଲେଶ୍ବର ଭୋଗରାଇରେ ସର୍ବାଧିକ ୨୧୬ମିମି ବର୍ଷା ରେକର୍ଡ ହୋଇଛି ।

ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପାଗରେ ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ଆଗାମୀ ଦୁଇ ଦିନ ପାଇଁ ଚେତାବନୀ ଜାରି କରିିଛି ଭାରତୀୟ ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ଆଜି ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଥିବାବେଳେ ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.