ETV Bharat / city

ଲଘୁଚାପ ବର୍ଷାରେ ଭିଜିବ ଓଡିଶା, 11 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Jun 6, 2020, 10:41 PM IST

ଆସୁଛି ଲଘୁଚାପ ବର୍ଷା । ଏହାର ପ୍ରଭାବରେ ରାଜ୍ୟରେ ୮ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା ଗୁଡିକ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

weather-update-by-reginal-metrological-center-bhubaneswar
ଲଘୁଚାପ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଭୁବନେଶ୍ବର: ଆଗକୁ ଆସୁଛି ଲଘୁଚାପ । ଏହାର ପ୍ରଭାବରେ ୮ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟର ବିଭିନ୍ନ ସ୍ଥାନର ପାଣିପାଗ ସୂଚନା ଜାରି କରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ବିଭିନ୍ନ ଜିଲ୍ଲା ଗୁଡିକ କୋରାପୁଟ, ରାୟଗଡା,ଗଜପତି, ଗଞ୍ଜାମ, ପୁରୀ,ଖୋର୍ଦ୍ଧା, କଟକ,କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର,ଭଦ୍ରକ,କନ୍ଧମାଳ, ନୟାଗଡ଼,ବୌଦ୍ଧ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୮ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, ଭଦ୍ରକ,କେନ୍ଦ୍ରାପଡା, କୋରାପୁଟ,ଗଜପତି, ଗଂଜାମ,ଜଗତସିଂହପୁର ଏବଂ ନୟାଗଡ଼ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବରରେ କାଳବୈଶାଖୀ ବର୍ଷା ହେବ ସହ ୧୦ ତାରିଖରୁ ବର୍ଷା ବୃଦ୍ଧି ପାଇବା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲା ରେମୁଣାରେ ସର୍ବାଧିକ ୩ ସେମି ରେକର୍ଡ କରାଯାଇଛି । ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ସର୍ବାଧିକ ୩୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।ଭୁବନେଶ୍ବରରେ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.