ETV Bharat / city

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଦଶହରାରେ ଭିଜିବ ଓଡ଼ିଶା

author img

By

Published : Sep 30, 2022, 12:51 PM IST

ପାର୍ବଣକୁ ଭିଜାଇବ ବର୍ଷା । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି । ଅଧିକ ପଢ଼ନ୍ତୁ

weather update heavy rainfall alert for dussehra
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି । ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି (Bhubaneswar Meteorological Centre)। 1ରେ ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁ ମଣ୍ଡଳର 3.1 କିମି ଯାଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଲଘୁଚାପର ରୂପ ନେଇପାରେ ।

ଘୂର୍ଣ୍ଣିବଳୟ ପ୍ରଭାବରେ 1 ତାରିଖ ଏବଂ 2 ତାରିଖରେ ପ୍ରବଳ ବର୍ଷିବ । 3 ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଶାରଦୀୟ ପୂଜା ମହାଷଷ୍ଠୀରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ମହା ସପ୍ତମୀରେ ସମ୍ପୂର୍ଣ୍ଣ ଉପକୂଳରେ ବର୍ଷା ଜାରି ରହିବ । ମହାଷ୍ଟମୀରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଚେତାବନୀ ଜାରି କରିଛି ।

  • ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୩.୧ କିମି ଯାଏଁ ଘୁର୍ଣ୍ଣିବଳୟ ସକ୍ରିୟ pic.twitter.com/H3IigzM11N

    — Meteorological Centre, Bhubaneswar (@mcbbsr) September 30, 2022 " class="align-text-top noRightClick twitterSection" data=" ">

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୩.୧ କିମି ଯାଏଁ ଘୁର୍ଣ୍ଣିବଳୟ ସକ୍ରିୟ pic.twitter.com/H3IigzM11N

— Meteorological Centre, Bhubaneswar (@mcbbsr) September 30, 2022

୧ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଅନୁସାରେ ୧ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ୨ ତାରିଖରେ ଉପକୂଳ ଓଡ଼ିଶା ଓ ୩ରେ କେନ୍ଦ୍ରୀୟ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ । ୨ରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ।

ଏହା ମଧ୍ୟ ପଢ଼ନ୍ତୁ: ଜଷ୍ଟିସ ଯଶୱନ୍ତ ସିଂହ ହେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଅନ୍ୟପଟେ ସମସ୍ତ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩ ଅକ୍ଟୋବର ଅଷ୍ଟମୀରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରିଛି ପାଣିପାଗ ବିଭାଗ । ସେପଟେ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତି ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବ ରହିଛି । ଏଥିଯୋଗୁଁ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଲାଗି ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.