ETV Bharat / city

Weather Update: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ, ଦୁଇ ଦିନ ପ୍ରବଳ ବର୍ଷିବ

author img

By

Published : Jul 12, 2022, 8:46 PM IST

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳ ରେ ସକ୍ରିୟ ରହିଛି। ତେବେ ୨ ଦିନ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ
ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳ ରେ ସକ୍ରିୟ ରହିଛି। ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବାରୁ ଆସନ୍ତା ୨୪ ଘଣ୍ଟାରେ ଭିତରେ ରାଜ୍ୟରେ ଆହୁରି ବର୍ଷିବ । ତେବେ ୨ ଦିନ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହାସହ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହୋଇଛି । ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୧୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବ। ଆଗକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଏହା ଅଧିକ ଘନୀଭୂତ ହୋଇ ୧୪ ତାରଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଫଳରେ ବର୍ଷା ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।

ସେପଟେ ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡିର ଲାଞ୍ଜିଗଡରେ ସବୋର୍ଚ୍ଚ ୧୭୧.୬ ମିମି ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ୧ ଜୁନରୁ ଆଜି ସୁଦ୍ଧା ୪୬ ପ୍ରତିଶତ ସ୍ୱାଭାବିକ ଠାରୁ ଅଧିକା ବର୍ଷା ରେକର୍ଡ ହୋଇଛି । ଆଉ ଏବେବି ମୌସୁମୀ ରାଜ୍ୟ ରେ ସକ୍ରିୟ ରହିଥିବା ବେଳେ ଦକ୍ଷିଣ ଓଡିଶାରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହେବାର ସଂଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.