ETV Bharat / city

ଆସନ୍ତା ୫ ଦିନ ଯାଏଁ ଭିଜିବ ଓଡିଶା

author img

By

Published : Apr 24, 2020, 9:00 PM IST

ଚଳିତ ମାସ ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଆସନ୍ତା ୫ ଦିନ ଯାଏ ଭିଜିବ ଓଡିଶା
ଆସନ୍ତା ୫ ଦିନ ଯାଏ ଭିଜିବ ଓଡିଶା

ଭୁବନେଶ୍ବର: ଚଳିତ ମାସ ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ସ୍ଥିତ ଆଇଏମଡି ।

ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡା, ଝାରସୁଗୁଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବ । ୪୦ ରୁ ୫୦ କିମି ବେଗରେ ପବନ ବହିବ । ସେହିପରି ସୁନ୍ଦରଗଡ, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଅବଶିଷ୍ଟ ଉପକୂଳ ଓଡ଼ିଶା ଜିଲ୍ଲା ଗୁଡିକ ସହ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା ଓ ନୂଆପଡା ଜିଲ୍ଲାରେ ବିଜୁଳି, ଘଡଘଡି ବର୍ଷା ହେବା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ୨୬ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ ବର୍ଷା ହେବା ସହ ବିଜୁଳି ଓ ଘଡଘଡି ହେବ । ୪୦ ରୁ ୫୦ କିମି ବେଗରେ ପବନ ବହିବା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆ ପଥର ବର୍ଷା ହେବ ।

ଗତ ୨୪ ଘଣ୍ଟାରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ାଠାରେ ସର୍ବାଧିକ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୪୧.୨ଡିଗ୍ରୀ ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୬.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ରହିବ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.