ETV Bharat / city

ଲଘୁଚାପ ପ୍ରଭାବରେ 5 ଜିଲ୍ଲାରେ ପ୍ରବଳ ବର୍ଷିବ

ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଅଧିକ ପଢନ୍ତୁ...

ଲଘୁଚାପ ପ୍ରଭାବରେ 5 ଜିଲ୍ଲାରେ ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ 5 ଜିଲ୍ଲାରେ ପ୍ରବଳ ବର୍ଷିବ
author img

By

Published : Sep 19, 2020, 9:51 PM IST

ଭୁବନେଶ୍ବର: ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ,ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବଲାଙ୍ଗୀର ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି ।

ଲଘୁଚାପ ପ୍ରଭାବରେ 5 ଜିଲ୍ଲାରେ ପ୍ରବଳ ବର୍ଷିବ
ସେହିପରି ସୋମବାର ୨୧ ସେପ୍ଟେମ୍ବର ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଇଏମଡି । ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଆଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ, ବିଶେଷକରି କଟକ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । କଟକ ଜିଲ୍ଲା ତିଗିରିଆରେ ସର୍ବାଧିକ ୭୨.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆରେ ୬୨.୨ ମିମି, ଜୁନାଗଡ଼ ରେ ୫୩.୦ ମିମି,ନୟାଗଡ଼ ଓଡ଼ଗାଁ ରେ ୪୯.୪ ମିମି,କୋରାପୁଟ ରେ ୪୬.୦ ମିମି ବର୍ଷା ରେକର୍ଡ କରାଯାଇଛି ।ଅନ୍ୟପଟେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୭.୦ ଡିଗ୍ରୀ ସେ.ତାପମାତ୍ରା ରେକର୍ଡ କରାଯାଇଛି । ଜୁନ ପହିଲାରୁ ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ୧୦୬୮.୫ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ଠାରୁ ୨ ପ୍ରତିଶତ କମ ବର୍ଷା । ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ମାଲକାନଗିରି ଓ ଝାରସୁଗୁଡା ଜିଲ୍ଲାରେ ସ୍ୱାଭାବିକ ଠାରୁ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୪ ଜିଲ୍ଲା ଖୋର୍ଦ୍ଧା, ଗଜପତି, ପୁରୀ ଓ ବାଲେଶ୍ୱର ଜିଲ୍ଲାରେ କମ ବର୍ଷା ରେକର୍ଡ କରାଯାଇଛି । ସେପଟେ ସମୁଦ୍ର ଅଶାନ୍ତ ଥିବାରୁ ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.