ETV Bharat / city

11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଆସନ୍ତା ୨୪ ଘଣ୍ଟା ଅର୍ଥାତ ୯ ତାରିଖ ମଧ୍ୟରେ ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ଏବଂ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ଅଧିକ ପଢନ୍ତୁ..

author img

By

Published : Jul 8, 2020, 5:59 PM IST

11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି
11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ଅର୍ଥାତ ୯ ତାରିଖ ମଧ୍ୟରେ ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ଏବଂ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ସେହିପରି ୧୦ ଜୁଲାଇ ଶୁକ୍ରବାର ଦିନ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି,ଘଡଘଡି ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଓ କଟକରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ସ୍ଵଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । କଟକ ଜିଲ୍ଲା କଣ୍ଟାପଡାରେ ସର୍ବାଧିକ ୩୪.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱରରେ ୧୪.୨ ମିମି, ଖୋର୍ଦ୍ଧା ଜିଲ୍ଲା ବାଲିପାଟଣାରେ ୧୩.୬ମିମି ବର୍ଷା ରେକର୍ଡ କରାଯାଇଛି । ମାଲକାନଗିରି ଓ ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଜୁନ ୧ ତାରିଖରୁ ୮ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟରେ ୩୨୧.୯ ମିମି ମୋଟ ବର୍ଷା ରେକର୍ଡ କରାଯାଇଛି । ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ୬୦ ପ୍ରତିଶତରୁ ଅଧିକ ବର୍ଷା ହୋଇଛି । ନବରଙ୍ଗପୁର, କୋରାପୁଟ,ସୁନ୍ଦରଗଡ଼,ଝାରସୁଗୁଡା, ଦେବଗଡ଼ ୫ ଟି ଜିଲ୍ଲାରେ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ସୋନପୁର,ପୁରୀ,ଖୋର୍ଦ୍ଧା, କେନ୍ଦ୍ରାପଡା, ଯାଜପୁର ଓ କଟକରେ କମ ବର୍ଷା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.