ETV Bharat / city

୨୪ ଘଣ୍ଟାରେ କାଳବୈଶାଖୀ, ୨ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଓ୍ବେଦର ଅପଡେଟ

ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରକୋପ ଜାରି ରହିବ । ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

ୟେଲୋ ୱାର୍ଣ୍ଣିଂ
ୟେଲୋ ୱାର୍ଣ୍ଣିଂ
author img

By

Published : May 12, 2021, 8:47 PM IST

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ତାଣ୍ଡବ। ତାପମାତ୍ରା ୫ ରୁ ୬ ଡିଗ୍ରୀ କମ ରହିଛି ଫଳରେ ତାତି କମିଛି। ୨୪ ଘଣ୍ଟାରେ ୨ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଆସନ୍ତା ୨୪ ଘଣ୍ଟା ଅର୍ଥାତ ଗୁରୁବାର ମଧ୍ୟରେ ୨ ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜରେ ଘଡଘଡି ବଜ୍ରପାତ ସହ ସର୍ବାଧିକ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

କାଳବୈଶାଖୀ ନେଇ ୨୪ ଘଣ୍ଟାରେ ୨ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସେହିପରି,୧୨ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ସର୍ବାଧିକ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବା ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆରେ ସର୍ବାଧିକ ୬୨.୪ ମିମି, ରାୟଗଡାର ମୁନିଗଡାରେ ୪୫.୪, ପାଟଣାଗଡ଼ରେ ୪୫.୦ମିମି, ସମ୍ବଲପୁର ଜିଲ୍ଲା ରାଇରାଖୋଳରେ ୪୩.୦ ମିମି ବର୍ଷା ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୬.୯ମିମି ବର୍ଷା ରେକର୍ଡ ହୋଇଛି। ତେବେ ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୯.୦ ଡିଗ୍ରୀ ରେକର୍ଡ ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.