ETV Bharat / city

୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଘଡଘଡି ସହ ବର୍ଷା - rain and lightening to be next 24 hours in north Odisha

୨୪ ଘଣ୍ଟାରେ ରାଜ୍ୟର ଉପକୂଳ ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହେବ ଘଡଘଡି ସହ ବର୍ଷା। ସତର୍କ ସୂଚନା ଜାରି କଲା ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଅଧିକ ପଢନ୍ତୁ...

weather update
୨୪ ଘଣ୍ଟାରେ ହେବ ଘଡଘଡି ସହ ବର୍ଷା
author img

By

Published : Mar 23, 2020, 10:01 PM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଘଡଘଡି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କୋରାପୁଟ, ରାୟଗଡା, ମାଲକାନଗିରି, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ବାଲେଶ୍ଵର ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

୨୪ ଘଣ୍ଟାରେ ହେବ ଘଡଘଡି ସହ ବର୍ଷା

ଆସନ୍ତା ୨୫ ତାରିଖରେ ପାଗ ଶୁଖିଲା ରହିବ । ଗତ ୨୪ ଘଣ୍ଟାରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୩୫.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ରବିବାର ପୁରୀର ଗୋପରେ ସର୍ବାଧିକ ୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପୁର୍ବାନୁମାନ କରିଛି ବିଭାଗ ।

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.