ଭୁବନେଶ୍ବର: 5ଟି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ପାରଦ । ଆଗକୁ ଅସହ୍ୟ ହେବ ଗରମ । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆଶଙ୍କା ରହିଛି । ଅମ୍ଫାନ ତାଣ୍ଡବ ରଚିବା ପରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଶଙ୍କା କରୁଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୨ ଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ତାଳଚେରରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ