ଭୁବନେଶ୍ବର: ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି । ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା 4 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ସେପ୍ଟେମ୍ବର ପହିଲାରୁ ୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି ।ଦକ୍ଷିଣ ଆଭ୍ୟନ୍ତରୀଣ, ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ଟରଭାରେ ସର୍ବାଧିକ ୭୧.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗୀରରେ ୩୧.୬ ମିମି, ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦରେ ୨୭.୦ ମିମି ବର୍ଷା ରେକର୍ଡ କରାଯାଇଛି ।
ବାରିପଦାରେ ସର୍ବାଧିକ ୩୬.୪ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି । ଜୁନ ପହିଲାରୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ୯୮୭.୧ମିମି ବର୍ଷା ହୋଇଛି ଯାହା ସ୍ୱାଭାବିକ ଠାରୁ ୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୮ ଜିଲ୍ଲାରେ ୨୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ ହୋଇଛି । ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ଖୋର୍ଦ୍ଧା ଓ ଗଜପତି ଜିଲ୍ଲାରେ କମ ବର୍ଷା ରେକର୍ଡ ହୋଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ