ETV Bharat / city

11ରେ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ, 12ରୁ ବର୍ଷା - ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର

ଆସନ୍ତା ୧୧ରେ ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିବ। ଅଧିକ ପଢନ୍ତୁ...

wheather forecast of odisha 15 district yellow warning
କାଳବୈଶାଖୀ ପ୍ରଭାବରେ 15 ଜିଲ୍ଲାକୁ ୟେଲୋ ୱାର୍ନିଂ
author img

By

Published : Jun 6, 2021, 8:02 PM IST

ଭୁବନେଶ୍ବର: ଆସନ୍ତା ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିବ। ୧୨ ତାରିଖ ଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ।

କାଳବୈଶାଖୀ ପ୍ରଭାବରେ 15 ଜିଲ୍ଲାକୁ ୟେଲୋ ୱାର୍ନିଂ

ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୭ ତାରିଖରୁ କାଳବୈଶାଖୀ ପ୍ରଭାବରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବ। ୧୫ ଜିଲ୍ଲା କୋରାପୁଟ,ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା,ବରଗଡ଼,ଝାରସୁଗୁଡା,ସୁନ୍ଦରଗଡ, ଦେବଗଡ଼, କେଓଁଝର,ମୟୁରଭଞ୍ଜ,ବାଲେଶ୍ବର,ଭଦ୍ରକ,ଯାଜପୁରରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ୮ ତାରିଖରେ ନୂଆପଡା,ମାଲକାନଗିରି,କୋରାପୁଟ ଓ ନବରଙ୍ଗପୁର ରେ ପ୍ରବଳ ବର୍ଷା ହେବ। ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। କଟକ ଜିଲ୍ଲା ତିଗିରିଆରେ ସର୍ବାଧିକ ୪୦.୦ ମିମି ବର୍ଷା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.