ETV Bharat / city

ଲଘୁଚାପ ଘନୀଭୂତ: ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

author img

By

Published : Sep 13, 2020, 9:16 PM IST

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା 24 ଘଣ୍ଟାରେ ରାଜ୍ୟର ଦକ୍ଷିଣ ଓଡିଶାର କୋରାପୁଟ ମାଲକାନଗିରି, କଳାହାଣ୍ଡି, ଗଜପତି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ...

ଲଘୁଚାପ ଘନିଭୂତ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଘନୀଭୂତ ହେଲା ଲଘୁଚାପ । ଭିଜିବ ଦକ୍ଷିଣ ଓ ଉତ୍ତର ଓଡିଶା । ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ସକାଳେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ବଳୟରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ସୋମବାର ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, ଗଜପତି, ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ସେହିପରି ଆସନ୍ତାକାଲି ମାଲାକାନଗିରି, କୋରାପୁଟ, ଗଜପତି, ଓ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଏହାସହ ୧୫ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି ।

ଲଘୁଚାପ ଘନିଭୂତ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

କଳାହାଣ୍ଡି ଜିଲ୍ଲା ନର୍ଲାରେ ସର୍ବାଧିକ ୨୮.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କୋରାପୁଟ ଜିଲ୍ଲା ସେମିଳିଗୁଡାରେ ୨୫ ମିମି ବର୍ଷା ରେକର୍ଡ ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ୩୭ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ମୌସୁମୀ ଜନିତ ବର୍ଷା ଭଲ ହୋଇଥିବାବେଳେ କେବଳ ୪ଟି ଜିଲ୍ଲା ପୁରୀ, ଖୋର୍ଦ୍ଧା, ଗଜପତି ଓ ବାଲେଶ୍ବରରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.