ETV Bharat / city

ଲଘୁଚାପ ସକ୍ରିୟ, ୯ ଓ ୧୦ରେ ପ୍ରବଳ ବର୍ଷା ସମ୍ଭାବନା - imd bhubnaeswar

ରାଜ୍ୟରେ ଲଘୁଚାପ ସକ୍ରିୟ, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଯାହା ଫଳରେ ଆସନ୍ତା ୯ ଓ ୧୦ ତାରିଖରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ଜାଣନ୍ତୁ...

ରାଜ୍ୟରେ ଲଘୁଚାପ ସକ୍ରିୟ, ୯ ଓ ୧୦ରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

author img

By

Published : Jul 7, 2020, 9:09 PM IST

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ । ଟ୍ରଫ ଲାଇନ ରହିଥିବାରୁ ଆସନ୍ତା ୨ ଦିନ କମ ବର୍ଷା ହେବ । ଲଘୁଚାପ ସକ୍ରିୟ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଯାହା ଫଳରେ ଆସନ୍ତା ୯ ଓ ୧୦ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ଲଘୁଚାପ ସକ୍ରିୟ, ୯ ଓ ୧୦ରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୮ ଓ ୧୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଭୁବନେଶ୍ବରରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଭୁବନେଶ୍ବର ଓ କଟକରେ ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ ରେ ସର୍ବାଧିକ ୯୪.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ଝାରସୁଗୁଡା ଜିଲ୍ଲାର କୋଲାବିରାରେ ୭୫.୨ ମିମି ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ଭିତରେ ପାର୍ଲେଖମୁଣ୍ଡିରେ ସର୍ବାଧିକ ୩୫ .୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଜୁନ ୧ ରୁ ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ମୋଟ ୩୨୧ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା କି ୧୨ ପ୍ରତିଶତ ଅଧିକ ପରିମାଣରେ ବର୍ଷା ହୋଇଥିବା ରେକର୍ଡ ହୋଇଛି ।

ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ସ୍ବାଭାବିକ ବର୍ଷା ହୋଇଛି । ଝାରସୁଗୁଡା ଓ ମାଲକାନଗିରି ଜିଲ୍ଲାରେ ୬୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୦ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ଉପକୂଳ ୬ ଜିଲ୍ଲାରେ ଖୋର୍ଦ୍ଧା, ପୁରୀ,କଟକ,ଯାଜପୁର,କେନ୍ଦ୍ରାପଡା ଓ ବାଲେଶ୍ବର ଜିଲ୍ଲାରେ କମ ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.