ETV Bharat / city

Winter Update: ୨୯ ଯାଏଁ ବର୍ଷା, ଆସନ୍ତା ୫ ଯାଏଁ ହେବନି ଶୀତ - ରାଜ୍ୟରେ ଶୀତ ଅପଡେଟ ନ୍ୟୁଜ

ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଆଜି ଠୁ ଆସନ୍ତା ୨୯ ତାରିଖ ଯାଏଁ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଯାହା ଫଳରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଶୀତ ଅନୁଭୂତ ହେବନାହିଁ । ଅଧିକ ପଢ଼ନ୍ତୁ

light rain in odisha till 29th december
ରାଜ୍ୟରେ ୨୯ ଯାଏ ବର୍ଷା, ଆସନ୍ତା ୫ ଯାଏ ହେବନି ଶୀତ
author img

By

Published : Dec 27, 2021, 9:00 AM IST

ଭୁବନେଶ୍ବର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟରେ ପ୍ରବେଶ କରୁଥିବାରୁ ଏବେ ରାତ୍ରି ତାପମାତ୍ରାରେ ବୃଦ୍ଧି ଘଟିଛି । ଆସନ୍ତା ୨୯ ତାରିଖ ଯାଏଁ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ଘଟିଛି । ସେହିଭଳି ଆଭ୍ୟନ୍ତରୀଣ ଓଡ଼ିଶାରେ ରାତ୍ରି ତାପମାତ୍ରା ସ୍ବାଭାବିକ ତାପମାତ୍ରା ଠାରୁ ୨ରୁ ୩ ଡିଗ୍ରୀ ଯାଏ ଅଧିକ ରହିଥିବା ବେଳେ ଉପକୂଳବର୍ତ୍ତୀ ଓଡ଼ିଶାରେ ରାତ୍ରି ତାପମାତ୍ରା ସ୍ବାଭାବିକ ତାପମାତ୍ରାଠାରୁ ୧ରୁ ୨ ଡିଗ୍ରୀ ଅଧିକ ରହିଛି । ଓଡ଼ିଶା ମଧ୍ୟରେ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ବାୟୁମଣ୍ଡଳର ସ୍ଥିରତା ଓ ଆକାଶ ନିର୍ମଳ ଯୋଗୁଁ ରାଜ୍ୟର କେତେକ ଅଞ୍ଚଳରେ ଘନ କୁହୁଡ଼ି ସହ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ । ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗର କୌଣସି ପ୍ରଭାବ ନଥିବାରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପାଗ ଶୁଖିଲା ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ। ଯାହା ଫଳରେ ରାଜ୍ୟରେ ଏବେ ଶୀତ ବିଶେଷ ଅନୁଭୂତ ହେବ ନାହିଁ ।

ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼ରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ସେହିଭଳି ୨୮ ଏବଂ ୨୯ ତାରିଖରେ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣରେ ସାମାନ୍ୟ ବୃଦ୍ଧି ଘଟିବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଆଜି ରାତିରୁ ଘନ କୁହୁଡ଼ିର ସମ୍ଭାବନାକୁ‌ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪ରୁ ୫ ଦିନ ଯାଏ ରାତ୍ରି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ଅଧିକ ରହିବ । ଫଳରେ ରାଜ୍ୟରେ ଶୀତ ପ୍ରକୋପ ବିଶେଷ ଭାବରେ ରହିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.