ETV Bharat / city

ପୋଲିସକୁ ନବୀନଙ୍କ ପ୍ରଶଂସା, 15 ଦିନରେ ଥାନା ସଜାଡ଼ିବା ପାଇଁ ଖସଡ଼ା ପ୍ରସ୍ତୁତ

author img

By

Published : Jun 12, 2020, 3:40 PM IST

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡିସିପି ତଥା ଏସ୍ପି ମାନଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୋଲିସ ବିଭାଗ ଯେଭଳି ଉଚ୍ଚମାନର ସଂଯମତା ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି, ସେଥିପାଇଁ ଓଡିଶା ପୋଲିସ ବାହିନୀକୁ ଉଚ୍ଚପ୍ରଶଂସା କରିଛନ୍ତି । ଅଧିକ ପଢନ୍ତୁ..

within-15-days-of-the-draft-prepared-for-the-repair-police-station

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ, ବିଭିନ୍ନ ରେଞ୍ଜର ଡିଆଇଜି, ଜିଲ୍ଲାର ଡି.ସି.ପି ତଥା ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଛନ୍ତି। ଲକ୍‌ଡାଉନ ସମୟରେ ଓଡିଶା ପୋଲିସ ଯେଭଳି ଉଚ୍ଚମାନର ସଂଯମତା ସହିତ ମର୍ଯ୍ୟାଦା ଓ ମାନବିକତା ପ୍ରଦର୍ଶନ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିଛନ୍ତି, ସେଥିପାଇଁ ଓଡିଶା ପୋଲିସ ବାହିନୀକୁ ଉଚ୍ଚପ୍ରଶଂସା କରିଥିଲେ । ଲକ୍‌ଡାଉନ ସମୟରେ ଅନ୍ୟ ରାଜ୍ୟ ଗୁଡିକର ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟ ଦେଇ ଯିବା ସମୟରେ ସେମାନଙ୍କୁ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର Zero Walking Inside Odisha ନୀତି କାର୍ଯ୍ୟକାରୀ କରିଥିଲେ।

ଏହି ନୀତିକୁ ପୋଲିସ ବାହିନୀ ଯେଭଳି ଉତ୍ତମ ସମନ୍ବୟ ରଖି ସଫଳତାର ସହ କାର୍ଯ୍ୟକାରୀ କଲେ ଏବଂ ଅନ୍ୟ ରାଜ୍ୟର ପ୍ରବାସୀ ଶ୍ରମିକ ମାନଙ୍କୁ ମାନବୀୟ ସେବା ଯୋଗାଇ ଦେଲେ, ତାହା ଓଡିଶା ପୋଲିସର ଦକ୍ଷତା ଓ ବୃତ୍ତିଗତ ଉତ୍କର୍ଷତାର ନିଦର୍ଶନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବାତ୍ୟା ଅମ୍ଫାନ ସମୟରେ ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀମାନେ ପଶ୍ଚିମବଙ୍ଗ ଯାଇ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ ।

କୋରୋନା ଭୟ ସତ୍ତ୍ବେ ସେମାନେ କୋଲକତାରେ ଯେଭଳି ସାହସ ଓ ମାନବିକତାର ସହ ବିପନ୍ନ ଲୋକଙ୍କୁ ସେବା ଯୋଗାଇ ଦେଲେ, ତାର ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି କାର୍ଯ୍ୟକୁ ସାରା ଦେଶ ପ୍ରଶଂସା କରୁଛି ବୋଲି ପ୍ରକାଶ କରି ଏହା ସମସ୍ତଙ୍କ ପାଇଁ ଅନୁକରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କୋଲକତାରେ ବାତ୍ୟା ସମୟରେ ସହାୟତା ଯୋଗାଇବାକୁ ଯାଇ ଆମର ଓଡ୍ରାଫ ଓ ଅଗ୍ନିଶମ ସେବାର କର୍ମଚାରୀ ମାନେ କୋରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିବା ସହିତ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ। ଲକ୍‌ଡାଉନ ସମୟରେ ପୋଲିସ ମାନବିକତା ଉପରେ ଗୁରୁତ୍ବ ଦେଇ କାମ କରିଛି । କୋରୋନା ଯୁଦ୍ଧ ସରି ନାହିଁ। ତେଣୁ ଆମକୁ ଅଧିକ ସତର୍କ ହେବା ସହିତ ବୃତ୍ତିଗତ ଦକ୍ଷତାର ସହ କାମ କରିବାକୁ ପଡିବ। ସେହିପରି ଆଗାମୀ ଦିନରେ ଏହି ମନୋଭାବ ନେଇ ସେବା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପୋଲିସ ବାହିନୀକୁ ଆହ୍ବାନ ଜଣାଇଥିଲେ।

ଥାନା ମାନଙ୍କରେ ଲୋକମାନେ ଯେଭଳି ଉତ୍ତମ ସେବା ପାଇପାରିବେ, ତାକୁ ଦୃଷ୍ଟିରେ ରଖି ଥାନା ମାନଙ୍କରେ ଅଧିକ କର୍ମଚାରୀ ମୁତୟନ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିପାଇଁ ୧୫ ଦିନ ମଧ୍ୟରେ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ କରିଥିଲେ ଯେ ଏହା ଏକ ଅସ୍ବାଭାବିକ ପରିସ୍ଥିତି ଏବଂ ଏଥିରେ ଆମ ସମସ୍ତେ ଟିମ୍‌ ସ୍ପିରିଟ୍‌ରେ କାମ କରୁଛୁ । ଏହି ଆହ୍ବାନର ମୁକାବିଲା କ୍ଷେତ୍ରରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସବୁଠାରୁ ଆଗେରେ ଅଛନ୍ତି। ଏହି ଉତ୍ତମ କାର୍ଯ୍ୟକୁ ଜାରି ରଖିବା ପାଇଁ ସେ ପୋଲିସ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଜିଲ୍ଲାସ୍ତରରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ ଯଥେଷ୍ଟ ଭାବରେ ଉପଲବ୍ଧ ଅଛି । ପୋଲିସ ଏହାର ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ସେ ଏସପି ମାନଙ୍କୁ ପରାମର୍ଶ ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ପୋଲିସ ପ୍ରଶାସନ ଦ୍ବାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମହିଳା ମାନଙ୍କ ଉପରେ ଘରୋଇ ହିଂସାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ୯୨୦୫ ଜଣ ମହିଳାଙ୍କ ସହିତ ଫୋନ ଜରିଆରେ ଯୋଗାଯୋଗ କରାଯାଇଛି । ଏଥିରେ ୫୩ଟି କେସ୍‌ରେ ଘରୋଇ ହିଂସାର ସୂଚନା ମିଳିଥିଲା ଏବଂ ଏଥିପାଇଁ ପୋଲିସ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ନିଆଯାଇଛି। ୮୦୦୨ଟି ସାମୟିକ ମେଡିକାଲ କେନ୍ଦ୍ରର ସୁରକ୍ଷା ଦାୟିତ୍ବ ନିଆଯାଇଛି। ପୋଲିସ ପକ୍ଷକୁ ବିଭିନ୍ନ କ୍ଷେତ୍ରରେ ସଚେତନତା କାର୍ଯ୍ୟକ୍ରମ, ବିଶେଷ କରି ମାସ୍କ ବ୍ୟବହାର ଓ ସାମାଜିକ ଦୂରତ୍ବ ପାଳନ ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି ବୋଲି ସେ କହିଥିଲେ । ସେହିପରି ମାନବିକତା ସଂପନ୍ନ କାର୍ଯ୍ୟ କ୍ଷେତ୍ରରେ ମଧ୍ୟ ପୋଲିସ ଅଗ୍ରଣୀ ଭୂମିକା ନେଇଛି ବୋଲି ସେ କହିଥିଲେ। ରାଜ୍ୟରେ କୌଣସି ପ୍ରବାସୀ ଚାଲିକରି ନ ଯାଆନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ୫୨୪ଟି ଟ୍ରିପ୍‌ ଜରିଆରେ ସମୁଦାୟ ୨୪,୫୮୭ ଆନ୍ତରାଜ୍ୟ ପଥଚାରୀ ପ୍ରବାସୀଙ୍କୁ ସେମାନଙ୍କ ରାଜ୍ୟକୁ ପଠାଯାଇଛି।

ବିଭିନ୍ନ ନିୟମ ଉଲଙ୍ଘନ କ୍ଷେତ୍ରରେ ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇ ଜୋରିମାନା ଆଦାୟ କରାଯାଇଛି। ମାସ୍କ ବ୍ୟବହାର ଉଲଙ୍ଘନରେ ୧,୨୫,୮୪,୧୮୦ ଟଙ୍କା, ସାମାଜିକ ଦୂରତ୍ବ ଉଲଙ୍ଘନରେ ୧୧,୭୪,୩୫୦ ଟଙ୍କା, ସାପ୍ତାହିକ ଲକ୍‌ଡାଉନ ଉଲଙ୍ଘନରେ ୩୦୦୦ ଟଙ୍କା ଏବଂ ରାତ୍ରୀକାଳୀନ କର୍ଫ୍ୟୁ ଉଲଙ୍ଘନ ପାଇଁ ୧,୦୩,୮୦୦ ଟଙ୍କା ଆଦାୟ କରାଯାଇଛି । ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଶ୍ରୀ ସତ୍ୟଜିତ ମହାନ୍ତି କହିଥିଲେ ଯେ କୋଲକତାକୁ ଅପ୍ରେଲ ୨୫ରେ ୩୭୨ ଜଣ ଜବାନ ଯାଇ ୧୨ ଦିନ ପର୍ଯ୍ୟନ୍ତ ନିୟୋଜିତ ହୋଇଥିଲେ। ସେମାନଙ୍କ କାର୍ଯ୍ୟକୁ କୋଲକତାବାସୀ ଭୂୟସୀ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ ସେମାନେ ଯେତେବେଳେ କୋଲକତା ଓ ହାଓଡାର ରାସ୍ତାରେ ଯାଉଥିଲେ, ସେତେବେଳେ ଦୁଇ ପାର୍ଶ୍ବର ଜନତା ଛିଡାହୋଇ ଓଡିଶା ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରୁଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଲକତାରୁ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ସ୍ବାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ ପାଣ୍ଡିଆନ କହିଥିଲେ ଯେ ବର୍ତ୍ତମାନ ସମୟରେ ବିଭିନ୍ନ ଲକ୍‌ଡାଉନ ନିୟମାବଳୀକୁ ପୋଲିସ ପ୍ରଶାସନ ଦକ୍ଷତାର ସହିତ ଲାଗୁ କରିପାରିଛି । ଯେକୌଣସି ନିର୍ଦ୍ଦେଶକୁ ତୁରନ୍ତ ଲାଗୁ କରିବା କ୍ଷେତ୍ରରେ ପୋଲିସ ଯେପରି କାର୍ଯ୍ୟଦକ୍ଷତା ଦେଖାଇଛି, ତାହା ପ୍ରଶଂସନୀୟ। ସମସ୍ତ ନିର୍ଦ୍ଦେଶାବଳୀକୁ ପୋଲିସ ଅତ୍ୟନ୍ତ ସୂଚାରୁ ରୂପେ କାର୍ଯ୍ୟକାରୀ କରିଛି । ବୃତ୍ତିଗତ ଦକ୍ଷତା ଓ ମାନବୀୟ ମୂଲ୍ୟବୋଧ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବାରେ ପୋଲିସ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.