ETV Bharat / city

‘ମୋ ସରକାର’ ଅଧିନକୁ ଆସିଲା ମହିଳା ଶିଶୁ କଲ୍ୟାଣ ଓ ମିଶନ ଶକ୍ତି ବିଭାଗ

ଆଉ ଦୁଇଟି ବିଭାଗ ଆସିଲା ‘ମୋ ସରକାର’ ଅଧିନକୁ। ମହିଳା ଶିଶୁ କଲ୍ୟାଣ ବିଭାଗ ‘ମୋ ସରକାର’ ରେ ସାମିଲ ହେବା ପରେ ଗର୍ଭବତୀ ମହିଳାଙ୍କୁ ଏହାର ସୁବିଧା ନେବାକୁ ବିଭାଗୀୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

PHOTO
ମିଶନ ଶକ୍ତି ବିଭାଗ
author img

By

Published : Dec 17, 2019, 5:10 PM IST

ଭୁବନେଶ୍ବର: ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ଏଣିକି ଏହି ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କ ସହିତ ସିଧାସଳଖ କଥା ହେବେ ସରକାର। ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି , ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ଅଧୀନରେ ମା’ ଓ ଶିଶୁଙ୍କ ପାଇଁ ଅନେକ କଲ୍ୟାଣମୂଳକ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ଏସବୁର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଜରୁରୀ। ଶିଶୁଙ୍କ ପୁଷ୍ଟି କାର୍ଯ୍ୟକ୍ରମର ସଫଳତା ସହିତ ମାତୃ ମୃତ୍ୟୁହାର ଏବଂ ଶିଶୁ ମୃତ୍ୟୁ ହାର ହ୍ରାସ ଦିଗରେ ରାଜ୍ୟ ସରକାରଙ୍କ ସଫଳତା ପଛରେ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ବିଭାଗର ଭଲ କାର୍ଯ୍ୟକୁ ଆଗକୁ ଜାରି ରଖିବା ସହିତ ଦୁର୍ନୀତିକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ନଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ହିତାଧିକାରୀଙ୍କ ସନ୍ତୋଷ ହେଉଛି ଯୋଜନାର ସବୁଠାରୁ ବଡ ସଫଳତା। ଲୋକଙ୍କୁ ଉତ୍ତମ ସେବା ଯୋଗାଇଦେବା ହେଉଛି ‘ମୋ ସରକାର’ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ଲୋକଙ୍କ ମତାମତ ଭିତ୍ତିରେ ହିଁ ସେବା ବ୍ୟବସ୍ଥାକୁ ଅଧିକ ଉନ୍ନତ କରିବା ପାଇଁ ଚେଷ୍ଟା କରାଯାଉଛି।

ମହିଳା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ‘ମୋ ସରକାର’ କାର୍ଯ୍ୟକ୍ରମର ଉପାଦେୟତା ଉପରେ ଜଣାଇଥିଲେ। କିପରି ହିତାଧିକାରୀଙ୍କ ସହ ଭଲ ବ୍ୟବହାର କରାଯିବ, ତାକୁ ପ୍ରାଥମିକତା ଦିଆଯିବ। ଖୋଦ ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀ ମଧ୍ୟ ବିଭିନ୍ନ ସମୟରେ ଲୋକଙ୍କ ମତାମତ ନେଉଛନ୍ତି। ଏ ପର୍ଯ୍ୟନ୍ତ 40 ଲକ୍ଷ ମହିଳା ଏହି ଯୋଜନାରେ ଉପକୃତ ହୋଇଛନ୍ତି। ସମସ୍ତ ଗର୍ଭବତୀଙ୍କୁ ଅନୁରୋଧ ଯେ, ପାଖ ଅଙ୍ଗନୱାଡିରେ ପଞ୍ଜୀକରଣ କରି ସରକାରୀ ହସ୍ପିଟାଲରୁ ସୁବିଧା ନେବାକୁ ପରାମର୍ଶ ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ଟୁକୁନୀ ସାହୁ।

ମହିଳା ଶିଶୁ କଲ୍ୟାଣ ଓ ମିଶନ ଶକ୍ତି ବିଭାଗ

ସେହିପରି ‘ମୋ ସରକାର’ କାର୍ଯ୍ୟକ୍ରମ ସାରା ଦେଶରେ ଏକ ଅଭିନବ ପ୍ରୟାସ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଥିଲେ। ‘5ଟି’ ସଚିବ ଭିକେ ପାଣ୍ଡିଆନ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗର ବିଭାଗୀୟ କର୍ମଚାରୀଙ୍କୁ ‘ମୋ ସରକାର’ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବରେ ବୁଝାଇଥିଲେ। ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଇ ଦିଆଯାଉଥିବା ଛତୁଆ କାର୍ଯ୍ୟକ୍ରମରେ କେବଳ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କର ନିର୍ଦ୍ଦେଶ ରହିଛି। ଏହାକୁ କଡାକଡି ଭାବରେ ପାଳନ କରିବା ପାଇଁ ସେ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

Intro:ମୋ ସରକାରଙ୍କ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ଏଣିକି ଏହି ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ସିଧାସଳଖ କଥା ହେବେ ସରକାର। ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା, ଶିଶୁ Body:ବିକାଶ ଓ ମିଶନ ଶକ୍ତି ବିଭାଗ ଅଧୀନରେ ମା’ ଓ ଶିଶୁମାନଙ୍କ ପାଇଁ ଅନେକ ଗୁରୁତ୍ଵପୂର୍ଣ୍ଣ କଲ୍ୟାଣମୂଳକ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେଉଛି। ଏସବୁର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଜରୁରୀ। ଶିଶୁମାନଙ୍କ ପୁଷ୍ଟି କାର୍ଯ୍ୟକ୍ରମର ସଫଳତା ସହିତ ମାତୃ ମୃତ୍ୟୁହାର ଏବଂ ଶିଶୁ ମୃତ୍ୟୁ ହାର ହ୍ରାସ ଦିଗରେ ରାଜ୍ୟ ସରକାରଙ୍କ ସଫଳତା ପଛରେ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ବିଭାଗର ଭଲ କାର୍ଯ୍ୟଗୁଡ଼ିକୁ ଆଗକୁ ଜାରି ରଖିବା ସହିତ ଦୁର୍ନୀତିକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ହିତାଧିକାରୀଙ୍କ ସନ୍ତୋଷ ହେଉଛି ଯୋଜନାର ସବୁଠାରୁ ବଡ଼ ସଫଳତା। ଲୋକଙ୍କୁ ଉତ୍ତମ ସେବା ଯୋଗାଇଦେବା ହେଉଛି ‘ମୋ ସରକାର’ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ଲୋକଙ୍କ ମତାମତ ଭିତ୍ତିରେ ହିଁ ସେବା ବ୍ୟବସ୍ଥାକୁ ଅଧିକ ଉନ୍ନତ କରିବା ପାଇଁ ଚେଷ୍ଟା କରାଯାଉଛି।
ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ମୋ ସରକାର କାର୍ଯ୍ୟକ୍ରମର ଉପାଦେୟତା ଉପରେ ଆଲୋକପାତ କରିଥିଲେ।
କିପରି ହିତାଧିକାରୀଙ୍କ ସହ ଭଲ ବ୍ୟବହାର କରାଯିବ, ତାକୁ ପ୍ରାଥମିକତା ଦିଆଯିବ। ଖୋଦ ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀ ମଧ୍ୟ ବିଭିନ୍ନ ସମୟରେ ଲୋକଙ୍କ ଫିଡ଼ବ୍ୟାକ ନେଉଛନ୍ତି। ଏଯାଏ 40 ଲକ୍ଷ ମହିଳା ଏହି ଯୋଜନାରେ ଉପକୃତ ହୋଇଛନ୍ତି। ସମସ୍ତ ଗର୍ଭବତୀଙ୍କୁ ଅନୁରୋଧ, ପାଖ ଅଙ୍ଗନବାଡ଼ିରେ ପଞ୍ଜିକରଣ କରି ସରକାରୀ ହସ୍ପିଟାଲରୁ ସୁବିଧା ପାଆନ୍ତୁ।
ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନୀ ସାହୁ ।

Conclusion:ସେହିପରି ମୋ ସରକାର କାର୍ଯ୍ୟକ୍ରମ ସାରା ଦେଶରେ ଏକ ଅଭିନବ ପ୍ରୟାସ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଥିଲେ। ୫-ଟି ସଚିବ ଭି. କେ. ପାଣ୍ଡିଆନ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବରେ ବୁଝାଇଥିଲେ। ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ରକୁ ଯୋଗାଇ ଦିଆଯାଉଥିବା ଛତୁଆ କାର୍ଯ୍ୟକ୍ରମରେ କେବଳ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କର ନିର୍ଦେଶ ରହିଛି। ଏହାକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ସେ ଜିଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.