ETV Bharat / city

Har ghar Tiranga Campaign, ୩୦ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କଲା ମିଶନ ଶକ୍ତି - har ghar tiranga aviyan

ହର ଘର ତ୍ରିରଙ୍ଗା ଅଭିଯାନରେ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ ତିଆରି କରିଥିବା ଜାତୀୟ ପତାକାକୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରଦାନ କରିଛନ୍ତି । ଅଧିକ ପଢ଼ନ୍ତୁ

women prepared lakhs of tricolour flag under mission shakti in odisha
ହର ଘର ତ୍ରିରଙ୍ଗା ଅଭିଯାନ, ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କଲା ମିଶନ ଶକ୍ତି
author img

By

Published : Aug 14, 2022, 7:09 AM IST

ଭୁବନେଶ୍ବର: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଚାଲିଛି । ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି । ସିଲାଇ କାର୍ଯ୍ୟରେ ସଂପୃକ୍ତ ମିଶନ ଶକ୍ତି ସ୍ବୟଂ ସହାୟକ ଓ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ହାତ ତିଆରି ଜାତୀୟ ପତାକା ପ୍ରଦାନ କରିଛନ୍ତି ।

women prepared lakhs of tricolour flag under mission shakti in odisha
ହର ଘର ତ୍ରିରଙ୍ଗା ଅଭିଯାନ, ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କଲା ମିଶନ ଶକ୍ତି

୭୫ତମ ସ୍ବାଧୀନତା ଦିବସ ଅବସରରେ ରାଜ୍ୟର ସମସ୍ତ ସରକାରୀ, ଘରୋଇ ଅନୁଷ୍ଠାନ, ସଂସ୍ଥା ଆଦିରେ ଜାତୀୟ ପତାକା ଉଡ଼ିବ । ମିଶନ ଶକ୍ତି ସଦସ୍ୟାମାନଙ୍କ ଦ୍ବାରା ପ୍ରସ୍ତୁତ ଜାତୀୟ ପତାକା ସମ୍ପୂର୍ଣ୍ଣ ସ୍ବତନ୍ତ୍ର । କାରଣ ଏଥିରେ ସେମାନଙ୍କ ନିଷ୍ଠା, ଆନ୍ତରିକତା ଏବଂ ପର୍ଯ୍ୟାପ୍ତ ଶ୍ରଦ୍ଧା ଭରିରହିଛି ବୋଲି ସଦସ୍ୟାମାନେ କହିଛନ୍ତି । ସେମାନଙ୍କ ପାଖରେ ଥିବା ସିଲାଇ ୟୁନିଟଗୁଡ଼ିକର ପୂର୍ଣ୍ଣ ଉପଯୋଗ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ କରିବାକୁ ଦେଇଥିଲେ । ପତାକା ତିଆରିରେ ନିୟୋଜିତ ହୋଇଥିବା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ପୂର୍ବରୁ ମିଶନ ଶକ୍ତି ବିଭାଗ ଦ୍ବାରା ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଏବେ ବୃହତ ଟେଲରିଂ ୟୁନିଟ ସହ ନିଜସ୍ବ ୟୁନିଟ ପରିଚାଳନାରେ ମଧ୍ୟ ସେମାନଙ୍କର ଯଥେଷ୍ଟ ଦକ୍ଷତା ରହିଛି ।

ରାଜ୍ୟର ୨୨ଟି ଜିଲ୍ଲାର ୫୦୦ ସ୍ବୟଂ ସହାୟକ ଗୋଷ୍ଠୀ/ଉତ୍ପାଦକ ଗୋଷ୍ଠୀର ୧୦ ହଜାରରୁ ଉର୍ଦ୍ଧ୍ବ ମହିଳା ଏହି ପତାକା ସିଲାଇ କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ଦୈନିକ ହାରାହାରି ୩.୫ରୁ ୪ ଲକ୍ଷ ପର୍ଯ୍ୟନ୍ତ ସିଲାଇ କରି ଏହି ଲକ୍ଷ୍ୟ ହାସଲ କରିବା ନିମନ୍ତେ ଆପ୍ରାଣ ଉଦ୍ୟମ କରାଯାଇଥିଲା । ପତାକା ତିଆରିର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଥିବାବେଳେ ଏହି ତ୍ରିରଙ୍ଗାଗୁଡ଼ିକ ଜିଲ୍ଲା ପ୍ରଶାସନ ଦ୍ବାରା ଜନସାଧାରଣଙ୍କୁ ବିନା ଦେୟରେ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ଗ୍ରାମ ଏବଂ ସହରମାନଙ୍କରେ ୬ ଲକ୍ଷରୁ ଊର୍ଦ୍ଧ୍ବ ଗୋଷ୍ଠୀ ସଂଗଠିତ ହୋଇପାରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.