ETV Bharat / city

ସୁରଜ ପୁରସ୍କାର ପାଇଲେ ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି, ଉଭୟଙ୍କ ପରିବାରକୁ ଆର୍ଥିକ ପୁରସ୍କାର

author img

By

Published : Aug 13, 2022, 10:46 PM IST

ବିଶ୍ଵ ଅଙ୍ଗ ଦାନ ଦିବସ ଅବସରେ ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି । ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର । ଅଧିକ ପଢ଼ନ୍ତୁ

ସୁରଜ ପୁରସ୍କାର ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି, ଉଭୟଙ୍କ ପରିବାରକୁ ଆର୍ଥିକ ପୁରସ୍କାର

ଭୁବନେଶ୍ବର: ବିଶ୍ଵ ଅଙ୍ଗ ଦାନ ଦିବସରେ ସୁରଜ ପୁରସ୍କାର ପାଇଛନ୍ତି ଗଞ୍ଜାମର ସ୍ବର୍ଗତ ସୁଶୀଲ କୁମାର ସାହୁ ଓ ସିଦ୍ଧି ସମୃଦ୍ଧି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି । ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଥିଲେ ।

ଏହି ପୁରସ୍କାର ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ମସିହାରୁ ଦିଆଯାଉଛି । ଚଳିତବର୍ଷ ଏହାକୁ ମିଶାଇ ତୃତୀୟ ସୁରଜ୍ ପୁରସ୍କାର ପ୍ରଦାନ କରାଯାଇଛି । ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ଏହି ସମ୍ମାନ ଦିଆଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, "ସୁଶୀଲ ଓ ସିଦ୍ଧିଙ୍କ ପିତାମାତାଙ୍କ ନିକଟରେ ସମାଜ ଋଣୀ । ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି । ଅଙ୍ଗଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି । ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୂର୍ଣ କାର୍ଯ୍ୟ । ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି । ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ।" ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ମଧ୍ୟ ନିଜର ବକ୍ତବ୍ୟରେ ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗର ଉଚ୍ଚ ପ୍ରଶଂସା କରିଛନ୍ତି । ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଛନ୍ତି । ୨୦୨୨ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ୬ ଟି ଗୁରୁତ୍ବପୂର୍ଣ୍ଣ ଅଙ୍ଗ ଦାନ କରି ୬ ଟି ଜୀବନ ରକ୍ଷା କରିଥିବାରୁ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଛନ୍ତି । NHMର ନିର୍ଦ୍ଦେଶିକା ସ୍ବାଗତ ଭାଷଣ ଦେଇଥିବାବେଳେ DMET ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.