ଭୁବନେଶ୍ବର: ପଶ୍ଚିମା ଝଡ ଆଗମନର ଆଶଙ୍କା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ଣ ଜଳୀୟବାଷ୍ପର ପ୍ରଭାବରେ ଆସନ୍ତା ୩ ରୁ ୪ ତାରିଖ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା । ବିଶେଷ କରି କୃଷକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଭାଗ ।
ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ମଧ୍ୟମ ଧରଣର ବୃଷ୍ଟିପାତ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପଶ୍ଚିମା ଝଡ ପ୍ରଭାବରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷାର ସମ୍ଭାବନା ମଧ୍ୟ ରହିଛି । ବୃଷ୍ଟିପାତ ପ୍ରଭାବରେ ମୁଖ୍ୟତଃ କୃଷିକ୍ଷେତ୍ରରେ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ମୟୂରଭଞ୍ଜ, ବରଗଡ଼, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘନଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହା ମଧ୍ୟ ପଢନ୍ତୁ:- Odisha Weather Update: ଫେବୃଆରୀ ୩ ରୁ ବର୍ଷା, ଆସୁଛି ପଶ୍ଚିମ ଝଡ
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ