ETV Bharat / city

ପ୍ରବଳ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏବଂ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପ୍ରବଳ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

author img

By

Published : Oct 6, 2020, 9:02 PM IST

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏବଂ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଅଧିକ ଶକ୍ତିଶାଳୀ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ ଏବଂ ଏହି କ୍ଷେତ୍ର କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ।

ପ୍ରବଳ ବର୍ଷା ନେଇ 10 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ସେହିପରି ୧୩ ଅକ୍ଟୋବର ବେଳକୁ ଉତ୍ତର ପଶ୍ଚିମ, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାର ପ୍ରଭାବରେ ୧୧ ଅକ୍ଟୋବରରୁ ୧୩ ଅକ୍ଟୋବର ମଧ୍ୟରେ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ।

ତେବେ ଆସନ୍ତା ୨୪ ଘଣ୍ଟା, ୭ ଅକ୍ଟୋବର ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ୧୧ ତାରିଖରୁ ବର୍ଷା ବୃଦ୍ଧି ପାଇବ ।

ସେପଟେ ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି । ବାଲେଶ୍ୱର ଜିଲ୍ଲା ଜୟପୁରରେ ସର୍ବାଧିକ ୪୧.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ମାଲକାନଗିରି ମାଥିଲିରେ ୩୮.୦ ମିମି, ସାଲେପୁରରେ ୩୪.୬ ମିମି, ମୟୂରଭଞ୍ଜ ବାଲିମୁଣ୍ଡଳୀରେ ୩୨.୪ ମିମି ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.