ETV Bharat / city

ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ରହୁଥିବାରୁ କନ୍ଧମାଳ, ରାୟଗଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଗଞ୍ଜାମ ଏବଂ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

author img

By

Published : Jun 28, 2020, 10:00 PM IST

yellow warning
ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ସମସ୍ତ ଜିଲ୍ଲା ଗୁଡିକରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ରହୁଥିବାରୁ କନ୍ଧମାଳ, ରାୟଗଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ , ଗଞ୍ଜାମ ଏବଂ ଗଜପତି ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫ ଲାଇନ ସମୁଦ୍ର ପତନ ଠାରୁ ୩.୧ କିମି ଉପରେ ରହିଛି ।

8 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

ଏହା ପ୍ରଭାବରେ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲା, ରାୟଗଡା, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, ନୂଆପଡା, ବଲାଙ୍ଗୀର, କେନ୍ଦୁଝର, ସୋନପୁର, ବୌଦ୍ଧ, କଳାହାଣ୍ଡି,କୋରାପୁଟ, ସୁନ୍ଦରଗଡ, ସମ୍ବଲପୁର ଏବଂ ବରଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି |।

ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ ଉତ୍ତର ଓଡ଼ିଶାରେ ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ଏବଂ ଦକ୍ଷିଣ ଓଡିଶାରେ କିଛିକିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି(ସୋମବାର) ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କନ୍ଧମାଳ, କଳାହାଣ୍ଡି , ରାୟଗଡା, ବଲାଙ୍ଗୀର, ଏବଂ ବରଗଡ ବିଜୁଳି ଘଡଘଡି ସହ ସ୍ବଳ୍ପରୁ ମଧ୍ୟମ ଧାରଣାର ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ସୁଦ୍ଧା ମାଲକାନଗିରି, କୋରାପୁଟ, ରାୟଗଡା, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, ଅନଗୁଳ, ଢେଙ୍କାନାଳ, କଳାହାଣ୍ଡି ଏବଂ ବରଗଡ ପ୍ରଭୃତି ୧୧ ଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି ।ଝାରସୁଗୁଡା ଏବଂ ନୂଆପଡା ଜିଲ୍ଲାରେ ସ୍ବଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜିବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.