ETV Bharat / city

କାଳବୈଶାଖୀ ସମ୍ଭାବନା, 13 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

author img

By

Published : Apr 3, 2021, 7:28 PM IST

13 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ । ଆସନ୍ତା ଦୁଇ ଦିନ ଧରି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ସମ୍ଭାବନା । ଅଧିକ ପଢନ୍ତୁ...

ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳ ବୈଶାଖୀ ସମ୍ଭାବନା

ଭୁବନେଶ୍ୱର : 13 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ । ଆସନ୍ତା ଦୁଇ ଦିନ ଧରି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳ ବୈଶାଖୀ ସମ୍ଭାବନା । ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟକା ଏବଂ ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ରବିବାର ମଧ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ।

ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ, କନ୍ଧମାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି ବେଗରେ ପବନ ବହିବା ସହ ଘଡଘଡି ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ଆସନ୍ତା ଦୁଇ ଦିନରେ ତାପମାତ୍ରା ହ୍ରାସ ପାଇବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଗତ ୨୪ ଘଣ୍ଟାରେ 11 ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ୪୨, ଭୁବନେଶ୍ୱରରେ ୩୮.୨, କଟକରେ ୩୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.