ETV Bharat / city

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, 5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ମୌସୁମୀର ଲୁଚକାଳି ଖେଳ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଆବଶ୍ୟକତା ଠାରୁ ବହୁ କମ ବର୍ଷା ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅଧିକ ପଢ଼ନ୍ତୁ...

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, 5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Aug 12, 2021, 9:25 PM IST

ଭୁବନେଶ୍ବର: ରାଜ୍ୟରେ ମୌସୁମୀର ଲୁଚକାଳି ଖେଳ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଆବଶ୍ୟକତା ଠାରୁ ବହୁ କମ ବର୍ଷା ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅଗଷ୍ଟ ୧ ତାରିଖରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କ୍ରମାଗତ ଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି । ତେବେ ଦୁର୍ବଳ ମୌସୁମୀ ଯୋଗୁଁ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇଛି । ଗତ ଜୁନ୍ ୧ ତାରିଖରୁ ଅଗଷ୍ଟ ୧୨ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୭୧୧.୧ ମିଲିମିଟର ବର୍ଷା ହେବା କଥା କିନ୍ତୁ ୪୯୮.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, 5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ଯାଜପୁରରେ ୫୫ ପ୍ରତିଶତ, ଭଦ୍ରକରେ ୫୦ ପ୍ରତିଶତ, ଗଜପତିରେ ୪୪ ପ୍ରତିଶତ ଏବଂ ବଲାଙ୍ଗିର ଜିଲ୍ଲାରେ ୪୩ ପ୍ରତିଶତ ବର୍ଷା ହୋଇଛି । ସେପଟେ ଝାରସୁଗୁଡା ଏବଂ କେନ୍ଦୁଝର ଜିଲ୍ଲାରେ ସ୍ବାଭାବିକ ଠାରୁ ୪୧ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି । ଅଗଷ୍ଟ ପହିଲାରୁ ଏଯାଏଁ ସ୍ବାଭାବିକ ଠାରୁ ୭୧ ପ୍ରତିଶତ କମ୍ ବର୍ଷା ହୋଇଛି । ସେପଟେ ନିଅଣ୍ଟିଆ ବର୍ଷାରେ ମରୁଡି ଆଶଙ୍କା ଥିବା ବେଳେ ଆଶା ସଞ୍ଚାର ସୃଷ୍ଟି କରିଛି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଝାଡଖଣ୍ଡ ଓ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଥିବା ଘୂର୍ଣ୍ଣିବଳୟ ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଶେଷ କରି ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିଭଳି ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି, କଟକ, ଖୋର୍ଦ୍ଧା ଓ ରାୟଗଡାରେ ଘଡଘଡି ସହ ବର୍ଷା ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଘୂର୍ଣ୍ଣିବଳୟ ଯଦି ଲଘୁଚାପରେ ପରିଣତ ହୁଏ, ତେବେ ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବା ନେଇ ଆଶା କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ।

ଭୁବନେଶ୍ବରରୁ ସଞ୍ଜିବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.