ETV Bharat / city

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଆସନ୍ତା 14 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ । 24 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଅଧିକ ପଢନ୍ତୁ...

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ନିଂ

author img

By

Published : Jul 9, 2021, 7:37 PM IST

Updated : Jul 9, 2021, 7:51 PM IST

ଭୁବନେଶ୍ବର: ଆସନ୍ତା 14 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । 24 ଘଣ୍ଟା ମଧ୍ୟରେ 7 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସେହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବରଗଡ, ଝାରସୁଗୁଡା, ଅନୁଗୋଳ, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ ଓ ସୋନପୁର ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଏହି ଜିଲ୍ଲା ଗୁଡିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଶୁକ୍ରବାର ଓଡିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହ ସକ୍ରିୟ ରହିଛି । ଗତକାଲିର(ଗୁରୁବାର) ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ନିମ୍ନ ଚାପ ରେଖା ଆଜି ପଞ୍ଜାଵରୁ ହରିୟାଣା, ଦକ୍ଷିଣ ଉତ୍ତର ପ୍ରଦେଶ, ଦକ୍ଷିଣ-ପଶ୍ଚିମ ବିହାର, ଝାଡ଼ଖଣ୍ଡ, ଏବଂ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୪.୫ କିମି ଯାଏଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସଂଲଗ୍ନ ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ତାହାଛଡା ଉପରୋକ୍ତ ଘୂର୍ଣ୍ଣିବଳୟ ଠାରୁ ଏକ ଉତ୍ତର-ଦକ୍ଷିଣ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳ ମଧ୍ୟ ଦେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ଯାଏଁ ଲମ୍ବିଛି । ୧୧ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଉତ୍ତର-ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାୟଗଡାରେ ସର୍ବୋଚ୍ଚ ତାପମାତ୍ରା ୩୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ୧ ଜୁନରୁ ୯ ଜୁଲାଇ ସୁଦ୍ଧା ଓଡ଼ିଶାରେ ୨୫୦.୩ ମିମି ବର୍ଷା ଅନୁଭୂତ ହୋଇଛି ଯାହା ସ୍ୱାଭାବିକ ବର୍ଷା ୩୦୬.୯ ମିମି ଠାରୁ ୧୮ ପ୍ରତିଶତ କମ ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Jul 9, 2021, 7:51 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.