ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆଜିଠୁ (ଶୁକ୍ରବାର) ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।
ଆଜି ଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା କାଲି ୧୦ ତାରିଖରୁ ବର୍ଷାର ବିସ୍ତୃତି ଆହୁରି ବଢ଼ିବ । ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହା ବି ପଢନ୍ତୁ- ଜୀବନ ନେଲା ଡ୍ରଗ୍ସ, ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଆଉ କିଛି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ ଜିଲ୍ଲା କୋରାପୁଟ, କନ୍ଧମାଳ, ଗଜପତି, ଗଞ୍ଜାମକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ହୋଇଛି । ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ଓ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି । ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ପର୍ଯ୍ୟନ୍ତ ଝଡ ସହ ପବନ ବହିବାର ଆଶଙ୍କା ରହିଛି ତେଣୁ ମତ୍ସ୍ୟଜୀବୀ ମାନଙ୍କୁ ଆଜି ଠାରୁ ୧୨ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି ।
ରାଜ୍ୟରେ ଚଳିତ ବର୍ଷ ଜୁନ ୧ରୁ ୯ ସେପ୍ଟେମ୍ବର ମଧ୍ୟରେ ୧୦୨୩.୦ ମି ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷା ୨୦୦୧.୧ ମି ବର୍ଷା ତୁଳନାରେ ୨ ପ୍ରତିଶତ ଅଧିକ । ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ଭଦ୍ରକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ, ୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ଠାରୁ ଅଧିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲା ଗୋପାଳପୁର ଠାରେ ୯୪.୪ ମିଲିମିଟର ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । କୋରାପୁଟ ଜିଲ୍ଲା ପଟାଙ୍ଗିରେ ୭୨ମିମି ଓ ଭୁବନେଶ୍ବର ୨୦ ମି.ମି ବର୍ଷା ରେକର୍ଡ କରାଯାଇଛି ।
ଇଟିଭି ଭାରତ, ଭୁବନେଶ୍ବର