ETV Bharat / city

ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀ ବର୍ଷା, 11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - କାଳବୈଶାଖୀ ନେଇ ୟେଲୋ ୱାର୍ନିଂ

ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ବର୍ଷା ସମ୍ଭାବନା । ଏନେଇ 11ଟି ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

କାଳବୈଶାଖୀ ବର୍ଷା ନେଇ 11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

author img

By

Published : Mar 19, 2021, 7:26 PM IST

ଭୁବନେଶ୍ବର: ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କାଳବୈଶାଖୀ ବର୍ଷା ଆଶଙ୍କା । ଆସନ୍ତା 24 ଘଣ୍ଟା ବା ଶନିବାର ମଧ୍ୟରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି 11ଟି ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି ।

କାଳବୈଶାଖୀ ବର୍ଷା ନେଇ 11 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

ସେହିପରି ଆସନ୍ତା 21 ତାରିଖରେ ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ କଟକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି । ଅପରପକ୍ଷେ ଗତ 24 ଘଣ୍ଟାରେ ବାରିପଦାରେ ସର୍ବାଧିକ 39.4 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା 16.5 ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ବୌଦ୍ଧରେ 39.0 ଏବଂ ଭୁବନେଶ୍ବରରେ 38.2 ଡିଗ୍ରୀ ରେକର୍ଡ କରାଯାଇଛି । ଇତିମଧ୍ୟରେ ନବରଙ୍ଗପୁର ଜିଲ୍ଲାରେ ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.