ଭୁବନେଶ୍ବର: ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି । ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ୧୧ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ଶନିବାର ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୩.୦ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ