ETV Bharat / city

24 ଘଣ୍ଟାରେ କାଳବୈଶାଖୀ, 16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

author img

By

Published : Apr 18, 2021, 8:36 PM IST

ରାଜ୍ୟର ଉପକୂଳବର୍ତ୍ତୀ ଓ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ସୋମବାର 16 ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅଧିକ ପଢନ୍ତୁ...

16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍
16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍

ଭୁବନେଶ୍ବର: ଝାଡଖଣ୍ଡ ନିକଟରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଓ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ସୋମବାର 16 ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ୍

କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହାସହ 30 ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ତେବେ ଗତ ୨୪ ଘଣ୍ଟାରେ ଟିଟିଲାଗଡରେ ସର୍ବୋଚ୍ଚ ତାପମାତ୍ରା 40.6 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ୱରରେ ୩୮.୬, କଟକରେ ୩୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ବାରିପଦାରେ ସର୍ବାଧିକ ୨୨.୬ ମିମି ବର୍ଷା ରେକର୍ଡ ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.