ETV Bharat / city

ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି । କେନ୍ଦ୍ରୀୟ ବଙ୍ଗୋପସାଗରେ ଘୁର୍ଣ୍ଣିବଳୟ ରହିଛି ତାହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

author img

By

Published : Jul 4, 2020, 9:13 PM IST

ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଜାରୀ

ଭୁବନେଶ୍ବର: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶା ମଧ୍ୟରେ ଏକ ଘୁର୍ଣ୍ଣିବଳୟ ରହିଛି, ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟା ଅର୍ଥାତ ରବିବାର ୫ ଜୁଲାଇରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ,କଳାହାଣ୍ଡି, ଗଜପତି, ବୌଦ୍ଧ ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଢେଙ୍କାନାଳ, ଅନୁଗୁଳ,ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ,ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି ହୋଇଛି । ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ବର୍ଷା ହେବ । ଚାଷୀ ମାନଙ୍କୁ ସତର୍କ ରହିବାକୁ ପଡିବ ।

ଜୁଲାଇ ୧ ରୁ ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ୨୭୦.୬ ମିମି ବା ୬ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୨୨ ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ୮ ଜିଲ୍ଲାରେ କମ ବର୍ଷା ରେକର୍ଡ କରାଯାଇଛି । ପୁରୀ ଜିଲ୍ଲାରେ ସର୍ବନିମ୍ନ ବର୍ଷା ରେକର୍ଡ ହୋଇଛି । ଉପକୂଳ ଜିଲ୍ଲା ପୁରୀ,ଖୋର୍ଦ୍ଧା, ଯାଜପୁର,ଜଗତସିଂହପୁର, କେନ୍ଦ୍ରାପଡା ଓ କଟକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଝାରସୁଗୁଡା ଜିଲ୍ଲାରେ ସର୍ବାଧିକ ୪୧୬.୮ ମିମି ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟା ଭିତରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ସହ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ସର୍ବାଧିକ ୬୬.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗୀର ଜିଲ୍ଲା ସଇଁତଳାରେ ୫୭.୦ମିମି, ସୁନ୍ଦରଗଡ଼ ଜିଲ୍ଲା ପାନପୋଷ ରେ ୫୫.୨ ମିମି,ନବରଙ୍ଗପୁର ଜିଲ୍ଲା ଡାବୁଗାଁରେ ୫୪.୦ମିମି, ବରଗଡ଼ ଜିଲ୍ଲା ବିଜେପୁର ରେ ୫୪.୦ ମିମି ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ଭିତରେ ସର୍ବାଧିକ ତାପମାତ୍ରା ୩୬.୭ଡିଗ୍ରୀ ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.