ETV Bharat / city

୧୬ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ପରାମର୍ଶ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୮ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

Yellow warnings
୧୬ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ
author img

By

Published : Jun 4, 2020, 8:13 PM IST

ଭୁବନେଶ୍ବର: ରାଜ୍ୟରେ କାଳ ବୈଶାଖୀ ଝଡବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୮ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ,ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ମାଲକାନଗିରି, କୋରାପୁଟ ଏବଂ ରାୟଗଡା ଜିଲ୍ଲାରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୧୬ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କଲେ ଆଇଏମଡି

ଆସନ୍ତା 5, 6 ଏବଂ 7 ତାରିଖରେ ବର୍ଷାର ପରିମାଣ ହ୍ରାସ ପାଇବ । ୮ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୮ ତାରିଖରେ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରର ପୂର୍ବ ଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି।

କଟକ ଜିଲ୍ଲାର ନରସିଂପୁରରେ ସର୍ବାଧିକ ୫୧.୦ ମିମି ରେକର୍ଡ କରାଯାଇଛି। ଫୁଲବାଣୀ ୪୯.୨ମିମି, ଅନୁଗୁଳରରେ ୪୯.୦ ମିମି, ନୟାଗଡରେ ୪୬.୦ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ମାଲକାନଗିରିରେ ୪୦.୫ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟ ସ୍ଥାନ ଗୁଡିକରେ ତାପମାତ୍ରା ୪୦ ରୁ କମ ତାପମାତ୍ରା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.