ଭୁବନେଶ୍ବର:ଖରାରୁ ମିଳିବ ତ୍ରାହି । ପୁଣି ବର୍ଷିବ ଝଡ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ନୂଆପଡା ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡଘଡି ଓ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆସନ୍ତା ୩୦ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ବର୍ଷା ହେବ । ୩୦ ରୁ ୪୦ କିମି ବେଗରେ ପବନ ମଧ୍ୟ ବହିବ ।
ସେହିପରି କନ୍ଧମାଳ, ବୌଦ୍ଧ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବ ବୋଲି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବନିମ୍ନ ୧୪ .୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ