କଟକ: କଟକ ମହାନଗର ନିଗମରେ ଗୁରୁବାର ୨୩୭ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ସେଥିରୁ ୮୧ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ୧୦୨ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୫୫୬୯ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୩୭୧୦ ଜଣ ସୁସ୍ଥ ହୋଇ ଫେରିଛନ୍ତି ଓ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୧୮୩୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗୁରୁବାର ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ କୁହାଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ