କଟକ: କଟକ ମହାନଗର ନିଗମରେ ଶୁକ୍ରବାର ୨୬୪ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି। ସେଥିରୁ ୮୦ ଜଣ ହୋମକ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ୧୩୦ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୭୩୫୭ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୫୧୯୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଅନ୍ୟପକ୍ଷରେ ୩୨ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୧୨୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ