କଟକ: ରାଜ୍ୟର ୫ଟି ଜିଲ୍ଲାରେ 5T ଉପକ୍ରମରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କ୍ରମରେ ପ୍ରଥମ ପର୍ଯ୍ୟାୟରେ କଟକ ଜିଲ୍ଲାର ୩୦ଟି ହାଇସ୍କୁଲର ରୂପନ୍ତରଣ କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସ୍କୁଲ ଗୁଡିକରେ ସ୍ମାର୍ଟ କ୍ଲାସ, ଇ-ଲାଇବ୍ରେରୀ, ସାଇନ୍ସ ଲାଵ୍, ସାଇନ୍ସ ପାର୍କ ସହ ଉନ୍ନତମାନର ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଇଛି ।
ଏହି ରୂପାନ୍ତରଣ କାର୍ଯ୍ୟ ହେବା ଦ୍ୱାରା ଉଭୟ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ବିକାଶରେ ବୈପ୍ଳବିକ ପରିବର୍ତ୍ତନ ଆସିପାରିବ । ଏହି ଉଦଘାଟନ ଅବସରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଆଇନ୍ ମନ୍ତ୍ରୀ ପ୍ରତାପ ଜେନା, କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ କଟକ ଜିଲ୍ଲାର ସମସ୍ତ ବିଧାୟକ, କଟକ ଜିଲାପାଳ, ସିଏମସି କମିଶନର ଓ CDA ଅଧ୍ୟକ୍ଷ୍ୟ ଉପସ୍ଥିତ ଥିଲେ । ଆଗାମୀ ଦିନରେ ଆହୁରି ଅନେକ ସ୍କୁଲ୍ 5T ଉପକ୍ରମରେ ହାଇସ୍କୁଲ ରୂପାନ୍ତରଣ ହେବାକୁ ଅଛି ।
କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ