କଟକ : ମହାନଗର ନିଗମରେ ମଙ୍ଗଳବାର ୩୯ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ୧୦ ଜଣ ହୋମକ୍ବାରେଣ୍ଟାଇନ ରୁ ଚିହ୍ନଟ ହୋଇଥିବା ବେଳେ ୧୨ ଜଣ ଶିକ୍ଷାନୁଷ୍ଠାନ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୧୭ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
କଟକ ମହାନଗର ନିଗମ ଅଞ୍ଚଳରୁ ୧୪ ହଜାର ୯୯୭ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୪ ହଜାର ୧୩୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୭୦ ଜଣଙ୍କର ମୃତୁ ଘଟିଛି । ସେହିପରି ୭୯୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ କଟକ ମହାନଗର ନିଗମ ଅଞ୍ଚଳରେ ଆଜି ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ,ଇଟିଭି ଭାରତ