କଟକ: ଜିଲ୍ଲା ମହାନଗର ନିଗମରେ ମଙ୍ଗଳବାର ୪୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୬ ଜଣ ଗୃହ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ଶିକ୍ଷାନୁଷ୍ଠାନରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି। ସେହିପରି ୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୩୪୫ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୧୪ ହଜାର ୪୯୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୭୫ ଜଣଙ୍କର ମୃତ୍ୟୁ ଘଟିଛି। ୭୭୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ